ଅସରାଏ ବର୍ଷାରେ ଜମୁଛି ପାଣି: ରୋଗୀ ହଇରାଣ

ତେଲକୋଇ, ୧୨।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକ ମୁଖ୍ୟାଳୟରେ ଥିବା ସ୍ବାସ୍ଥ୍ୟକେନ୍ଦ୍ର ଆଉଟଡୋର ସାମ୍ନାରେ ପାଣି ଜମୁଛି। ଅସରାଏ ବର୍ଷା ହେଲେ ଏହି ପ୍ରକାର ପରିସ୍ଥିତି ସୃଷ୍ଟି ହେଉଛି। ଆଗକୁ ବର୍ଷା ଦିନ ଆସୁଥିବାରୁ ରୋଗୀମାନେ ହଇରାଣ ହେବା ଆଶଙ୍କା ଦେଖାଦେଇଛି। ତେବେ ସ୍ବାସ୍ଥ୍ୟକେନ୍ଦ୍ର ସାମ୍ନାରେ ରାସ୍ତା ନିର୍ମାଣ ଯୋଗୁଁ ଏପରି ଅବସ୍ଥା ସୃଷ୍ଟି ହୋଇଥିବା ବେଳେ ସ୍ବାସ୍ଥ୍ୟକେନ୍ଦ୍ରର ପାଚେରି ଏବଂ ସ୍ବାସ୍ଥ୍ୟ କେନ୍ଦ୍ର ଭିତର ପଟର ରାସ୍ତା ନିର୍ମାଣ ଯୋଗୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା କୁହାଯାଉଛି । ସ୍ବାସ୍ଥ୍ୟକେନ୍ଦ୍ର ସାମ୍ନାରେ ପାଣି ଜମି ରହୁଥିବା ବେଳେ ଉକ୍ତ ପାଣି ନିଷ୍କାସନ ବ୍ୟବସ୍ଥା କରାଯାଇ ନାହିଁ ।
ସ୍ବାସ୍ଥ୍ୟକେନ୍ଦ୍ର ଆଉଟଡୋର ସଲଗ୍ନ ପ୍ରସୂତି ଗୃହ ରହିଛି। ଦୈନିକ ୨ଶହରୁ ଊର୍ଦ୍ଧ୍ୱ ରୋଗୀ ଆସି ଚିକିତ୍ସିତ ହୁଅନ୍ତି । ଏପରିସ୍ଥଳେ ସାମାନ୍ୟ ବର୍ଷାରେ ପାଣି ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଜମି ରହି ଦୁର୍ଗନ୍ଧ ହେବା ଓ ରୋଗୀଙ୍କୁ ବୋହି ଆଉଟଡୋରକୁ ନେବା ଏବେ ସମସ୍ୟା ସୃଷ୍ଟି ହୋଇଛି। ଏ ସମ୍ପର୍କରେ ଡା. ଚନ୍ଦନ କୁମାର ସାମଲଙ୍କୁ ପଚାରିବାରୁ ସେ କହିଲେ ଯେ ପାଣି ଜମୁଥିବା ନେଇ ଜିଲା ଚିକିତ୍ସାଧିକାରୀଙ୍କୁ ଜଣାଇ ଦିଆଯାଇଛି । ଏହା ମଧ୍ୟରେ ଉକ୍ତ ଖାଲୁଆ ଅଞ୍ଚଳକୁ ଉଚ୍ଚା କରାଯାଇ ଡ୍ରେନେଜ ବ୍ୟବସ୍ଥା କରାଯିବା ଯୋଜନା କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri