ଅସହାୟ ଅବସ୍ଥାରେ ଚୈତନ୍ୟଙ୍କ ପରିବାର

ଡାବୁଗାଁ, ୧୬।୩ (ଡି.ଏନ.ଏ.) ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଡ଼ଙ୍ଗରିଗୁଡା ପଞ୍ଚାୟତର ଜୟନ୍ତୀନଗର ଠାରେ ଦୀର୍ଘଦିନ ଧରି ବିଛଣାରେ ପଡିରହିଛନ୍ତି ଚୈତନ୍ୟ ଜାନୀ (୪୫) । ପାରାଲିଶିସରେ ଆକ୍ରାନ୍ତ ହୋଇ ତାଙ୍କ ବାମ ହାତ ଓ ଗୋଡ ସମ୍ପୂର୍ଣ୍ଣ ଅକାମି ହୋଇପଡିଛି । ଅର୍ଥ ଅଭାବରୁ ଚିକିତ୍ସା ହୋଇପାରୁନଥିବା ସେ କହିଛନ୍ତି । ଚୈତନଙ୍କ ଚିକିତ୍ସା ନିମନ୍ତେ ପରିବାର ଲୋକଙ୍କ ପାଖରେ ଯାହାଥିଲା ସବୁ ବିକି ଭାଙ୍ଗି ସାରିବା ପରେ ଏବେ ସରକାରୀ ସାହାଯ୍ୟକୁ ଚାହିଁ ରହିଛନ୍ତି । ବୋଝ ଉପରେ ଲଳିତା ବିଡା ଭଳି ଚୈତନଙ୍କ ପରିବାର ଉପରେ ସତେ ଯେମିତି ଦୁଃଖର ପାହାଡ ଖସିପଡିଛି । କିଛି ମାସ ତଳେ ଚୈତନ୍ୟଙ୍କ ଏକ ବର୍ଷ ର ନାତି ରକ୍ତହୀନତା ଅଭାବରୁ ମୃତ୍ୟୁବରଣ କରିଥିବା ଜଣାପଡିଛି । ଚୈତନ୍ୟଙ୍କ ପୁଅ କୁଲି ମଜୁରୀ କରି ଯାହା ରୋଜଗାର କରି ଆଣୁଛନ୍ତି ତାହା ପରିବାର ଭରଣ ପୋଷଣ ପାଇଁ ନିଅଣ୍ଟ । ଏପରି ସ୍ଥିତିରେ ଚୈତନ୍ୟଙ୍କ ଚିକିତ୍ସା କରିବା ତାଙ୍କ ପକ୍ଷେ ଅସମ୍ଭବ। ଅନ୍ୟପକ୍ଷେ ସରକାରଙ୍କ ବିଜୁସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କୌଣସି କାମରେ ଆସୁନଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଏପଟେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅସମ୍ପୂର୍ଣ୍ଣ ଅବସ୍ଥାରେ ଅଛି । ଦୁଃଖ ଶୁଣିବାକୁ କେହି ନାହାନ୍ତି ତେଣୁ ଖୁବ ଶୀଘ୍ର ସେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ ନିଜର ଦୁଃଖ ଜଣାଇବେ ବୋଲି ପରିବାର ବର୍ଗ କହିଛନ୍ତି । ଚୈତନ୍ୟଙ୍କ ପରିବାରଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ରାତିରେ ଅଟୋ ଚାବି-ମୋବାଇଲ୍ ଛଡ଼ାଇ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତକୁ ଗିରଫ କଲା ରାମଚନ୍ଦ୍ରପୁର ପୋଲିସ

ବଞ୍ଚୋ/ହାଟଡିହୀ, (ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିବା ସହ ଲୁଟ୍‌…

ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ: ଜନହିତକର କାର୍ଯ୍ୟ ପାଇଁ ସଂକଳ୍ପ, ଜୁଲାଇ ୧ରୁ ଦାୟିତ୍ୱ ନେବେ…

ଭଞ୍ଜନଗର, ୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ ଗୁରୁବାର ରାତିରେ ବେଶ୍‌ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ଅଭିନବ ବିକାଶ ମେଳାରେ ଚରମ ଅବ୍ୟବସ୍ଥା: ପ୍ରକୃତ ହିତାଧିକାରୀ ବଞ୍ଚିତ, ଅଧାରୁ ସଭା ଛାଡ଼ିଲେ…

ଥୁଆମୂଳ ରାମପୁର, ୨୫।୬ (ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶର ଧାରା ଓଡ଼ିଶା ସାରା” ଅଭିଯାନର ବ୍ଲକ ସ୍ତରୀୟ ସମ୍ବୀଳନୀ ଗୁରୁବାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri