ଅସହାୟକୁ ସହାୟତାର ହାତ ବଢ଼ାଇଲା ଶ୍ରମିକ ସଂଘ

କାଳିଆପାଣି,୧୬।୪ (ଡି.ଏନ୍‌.ଏ.)-କୋଭିଡ୍‌-୧୯ ଭୂତାଣୁ ପ୍ରତିହତ ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏହି ସମୟରେ ଅସହାୟମାନଙ୍କୁ ଅନେକ ସରକାରୀ, ବେସରକାରୀ ସଂସ୍ଥା ଓ ସଂଘ ପକ୍ଷରୁ ସହାୟତା ଯୋଗାଇ ଦିଆଯାଉଛି। ଏହି କ୍ରମରେ ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ସୁକିନ୍ଦା ରିଜିୟନ କ୍ରୋମାଇଟ ଖାଦାନ ମଜଦୁର ସଂଘ ପକ୍ଷରୁ ବିଭିନ୍ନ କମ୍ପାନୀ ସହଯୋଗରେ ପ୍ରତିଗ୍ରାମର ଅସହାୟ ଲୋକମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଉଛି। ଖଣି ଅଞ୍ଚଳରେ ପରିବହନ କାର୍ଯ୍ୟ କରୁଥିବା ପଲ୍ଲବୀ ସିଣ୍ଡିକେଟ ସହାୟତାରେ ଗୁରୁବାର ଆଶେକଝର ଗ୍ରାମର ୧୭ ଜୁଆଙ୍ଗ ପରିବାର ସମେତ ଦେଓଗାଁ ୧୬, କୁମୁଡ଼ିବାହାଳୀ ୧୪, ବାହାଳିସାହି ୧୨, କଙ୍କଡ଼ାଗୁଡ଼ି ୧୮, ଗୋଡ଼ଭଙ୍ଗା ୧୫, ଛତାଟାଙ୍ଗର ୨ ଓ ନାତୁର ଗ୍ରାମର ୨୩ ପରିବାରକୁ ଚାଉଳ, ଡ଼ାଲି, ଆଳୁ, ଲୁଣ, ସାବୁନ ବଣ୍ଟନ କରାଯାଇଥିଲା। ଏଥିସହ କରୋନା ଭୂତାଣୁ ସଂକ୍ରମଣ ରୋକିବା ସାକାଶେ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସମ୍ପର୍କରେ ଲୋକମାନଙ୍କୁ ବୁଝାଇଥିଲେ। ଏଥିରେ ଶ୍ରମିକ ସଂଘ ସାଧାରଣ ସମ୍ପାଦକ ନାରାୟଣ ଚନ୍ଦ୍ର ଧୀର, ଅନ୍ୟତମ ସମ୍ପାଦକ ବିଦ୍ୟାଧର ପାତ୍ର, ଉପଦେଷ୍ଟା ତଥା ସୁକିନ୍ଦା ପୂର୍ବତନ ଅଧ୍ୟକ୍ଷା ଭଗବତି ମହାନ୍ତ ପ୍ରମୁଖ
ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri