ଅସହାୟଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ବଣ୍ଟନ

ଯୋଡ଼ା, ୧୯।୪ (ଡି.ଏନ.ଏ.)-କରୋନା ମହାମାରୀର ମୁକାବିଲା ପାଇଁ ସରକାର ଦେଶରେ ଲକଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକଡାଉନ୍‌ ନିୟମାନୁଯାୟୀ ଲୋକେ ନିଜ ଜୀବିକାରୁ ବଞ୍ଚିତ ରହି ଘରେ ରହୁଛନ୍ତି। ଏହି କାରଣରୁ ସରକାରଙ୍କ ପକ୍ଷରୁ ଗରିବ , ଅସହାୟ ଓ ନିରାଶ୍ରୟ ଲୋକମାନଙ୍କୁ ରନ୍ଧା ଖାଦ୍ୟ, ରାଶନ ସାମଗ୍ରୀ ଯୋଗାଇ ଦିଆଯାଉଛି ା କେନ୍ଦୁଝର ଜିଲା ଯୋଡା ବ୍ଲକ ଚମକପୁର ପଞ୍ଚାୟତର ଧୋବାକୁଚୁଡା ଗ୍ରାମରେ ପଞ୍ଚାୟତ ପକ୍ଷରୁ ୨୩ ଜଣ ଅସହାୟ ଗରିବଙ୍କୁ ରନ୍ଧା ଖାଦ୍ୟ ଦିଆଯାଇଥିଲା। ମାତ୍ର ଗତ ୧୫ ଏପ୍ରିଲ ଠାରୁ ଏହି ରନ୍ଧା ଖାଦ୍ୟ ଦେବା ବନ୍ଦ କରିଦିଆଯାଇଥିଲା। ଫଳରେ ଉକ୍ତ ୨୩ ଜଣ ଭୋକ ଉପାସରେ ଥିଲେ। ଏହି ଖବର ପାଇ ଯୋଡା ଆରଏସଏସ୍‌ର କର୍ମକର୍ତ୍ତା ଶୁକ୍ରବାର ଧୋବାକୁଚୁଡା ଗ୍ରାମରେ ପହଞ୍ଚି ୨୪ ଜଣ ଗରିବ ଅସହାୟଙ୍କୁ ୫ କେଜି ଚାଉଳ, ୧କେଜି ଡାଲି, ୧କେଜି ଆଳୁ , ୨୪ ପ୍ୟାକେଟ୍‌ ଲୁଣ ସେମାନଙ୍କୁ ପ୍ରଦାନ କରିଥିଲେ। ଏହା ପୂର୍ବରୁ ଆରଏସଏସର ସଦସ୍ୟ ଗଣ ସେମାନଙ୍କୁ ଲକଡାଉନ୍‌ ନିୟମ ପାଳନ କରିବା, ସାମାଜିକ ଦୂରତା ରକ୍ଷା କରିବା , ସାବୁନ୍‌ ଓ ସାନିଟାଇଜରରେ ହାତ ଧୋଇବା ନେଇ ସଚେତନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଯୋଡା ଆରଏସ୍‌ଏସ୍‌ ଶାଖାର ସଦସ୍ୟ ପିଣ୍ଟୁ ସିଂ, ଅଗନୁ ଚରଣ ମହାନ୍ତ, ଚନ୍ଦନ ଗୁପ୍ତା, ଆନନ୍ଦ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ...

ପାଗରେ ବଡ଼ ପରିବର୍ତ୍ତନ: କୋରାପୁଟରେ ୨୧୬.୫ମିମି ବର୍ଷା ରେକର୍ଡ

କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା...

ଭବାନୀପାଟଣା ବିଧାନସଭା ଆସନ: ତ୍ରିମୁଖୀ ଲଢେଇରେ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଚାର ଚର୍ଚ୍ଚାରେ

ଭବାନୀପାଟଣା, ୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀରେ ରାଜନୀତି ଉଷ୍ଣତା ବଢିବାରେ ଲାଗିଛି। ହାତରେ ଆହୁରି କମ୍‌ ସମୟ ଥିବାରୁ ଏଠାକାର...

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri