ଅସହାୟଙ୍କୁ ସହାୟ ହୁଅ- ଭିଡିଓ କନ୍‌ଫରେନ୍ସରେ ଭାଜପା ନେତାଙ୍କୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ

ଅନୁଗୋଳ ଅଫିସ, ୧୩।୪- ଅନୁଗୋଳ ଜିଲାର ବରିଷ୍ଠ ଭାଜପା ନେତାମାନଙ୍କ ସହ ରବିବାର ଭିଡିଓ କନ୍‌ଫରେନ୍ସ (ଭିସି) ମାଧ୍ୟମରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଦଳୀୟ ନେତାମାନଙ୍କୁ ନାନା ପରାମର୍ଶ ଦେଇଥିଲେ। ପ୍ରଧାନ କହିଥିଲେ ଯେ, ସମସ୍ତ କାର୍ଯ୍ୟକର୍ତ୍ତା ନିଜ ଘର ପାଖରେ ଥିବା ଅସହାୟ ଲୋକମାନଙ୍କୁ ଖାଦ୍ୟ ବଣ୍ଟନ କରନ୍ତୁ। ସମସ୍ତେ ଘରେ ମାସ୍କ ତିଆରି କରି ପିନ୍ଧନ୍ତୁ ଓ ଆଖପାଖ ଅଞ୍ଚଳରେ ବଣ୍ଟନ କରନ୍ତୁ। କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ସହ ପିଏମ୍‌ କେୟାର ଫଣ୍ଡକୁ ପରିବାର ପିଛା ଦାନ କରନ୍ତୁ। ଅନ୍ୟମାନଙ୍କୁ ମଧ୍ୟ ଏଥିପାଇଁ ପ୍ରବର୍ତ୍ତାନ୍ତୁ। ଲୋକମାନେ କିପରି ଆରୋଗ୍ୟ ସେତୁ ଆପ୍‌ ଡାଉନଲୋଡ କରି କରୋନା ସମ୍ପର୍କରେ ସଚେତନ ହୋଇପାରିବେ ତାହା ଉପରେ କେନ୍ଦ୍ରମନ୍ତ୍ରୀ ଗୁରୁତ୍ୱ ଦେବାକୁ କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେଇଥିଲେ। ଜିଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଭାଜପା ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ ସଂଯୋଜନା କରିଥିଲେ। ବରିଷ୍ଠ ନେତା ରୁଦ୍ରନାରାୟଣ ପାଣି, ରବି ନାରାୟଣ ପାଣି, ଭାଗୀରଥି ପ୍ରଧାନ, ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଅଗସ୍ତି ବେହେରାଙ୍କ ସମେତ ତାଳଚେର ଓ କଣିହାଁ ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦ ସଦସ୍ୟ ଏବଂ ଅନ୍ୟ ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri