ଅସହ୍ୟ ହୋଇପଡ଼ିଛି ପୁଅର ଯନ୍ତ୍ରଣା: ବିଷ ପିଇ ଜୀବନ ହାରିବାକୁ ମା’ଙ୍କ ଚେତାବନୀ

ବନ୍ତ,୭।୯ (ଡି.ଏନ.ଏ.) – ବାରମ୍ବାର ଟୁଇଟ୍‌ ପରେ ମଧ୍ୟ ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି। ପକ୍ଷାଘାତରେ ପୀଡ଼ିତ ହୋଇ ରୋଗଶଯ୍ୟାରେ ଛଟପଟ ହେଉଥିବା ପୁଅର ଯନ୍ତ୍ରଣା ସହି ନ ପାରି ବିଷ ପିଇ ନିଜେ ଜୀବନ ହାରିବା ସହ ପୁଅକୁ ବିଷ ପିଆଇ ମାରି ଦେବେ ବୋଲି ଚେତାବନୀ ଦେଇଛନ୍ତି ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ନିମାପଡ଼ା ଗ୍ରାମର ଗୀତାରାଣୀ ପଣ୍ଡା। ଅର୍ଥାଭାବ ଯୋଗୁ ପୁଅର ଚିକିତ୍ସା କରାଇପାରୁ ନ ଥିବାବେଳେ ପ୍ରଶାସନର ନୀରବତା ନେଇ ସେ କ୍ଷୋଭ ପ୍ରକାଶ କରିଛନ୍ତି।
ଏହି ଗ୍ରାମର ନାରାୟଣ ଚନ୍ଦ୍ର ପଣ୍ଡାଙ୍କ ଏକମାତ୍ର ପୁଅ ମାନସ(୨୪)। ଗତ ଫେବୃୟାରୀ ୨୧ ତାରିଖରେ କଟକ ଯାଉଥିବା ବେଳେ ଦୁର୍ଘଟଣାରେ ଶିକାର ହୋଇଥିଲେ। ଦୁର୍ଘଟଣାରେ ମାନସଙ୍କ ମସ୍ତିଷ୍କରେ ଗଭୀର ଆଘାତ ଲାଗି ବ୍ରେନ୍‌ ହାମ୍‌ରେଜ ହୋଇଥିଲା। ପରିବାର ଲୋକେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଇଥିଲେ। ପୁଅର ଚିକିତ୍ସା ପାଇଁ ପରିବାର ଲୋକେ ଜମିବାଡି ବିକ୍ରି କରିବା ସହ ଧାରକରଜ କରି ୮ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ କରିଥିଲେ। ଡାକ୍ତରଙ୍କ କହିବା ଅନୁଯାୟୀ ଚିକିତ୍ସାରେ ଅଧିକ ଅର୍ଥ ଆବଶ୍ୟକ ପଡ଼ିବାରୁ ସେମାନେ ପୁଅକୁ ଘରକୁ ନେଇ ଆସିଥିଲେ। ପରେ ସରକାରୀ ସହାୟତା ପାଇଁ ପରିବାର ପକ୍ଷରୁ ଜିଲାପାଳଙ୍କୁ ଆବେଦନ କରାଯାଇଥିଲା। ଜିଲାପାଳଙ୍କ ଅନୁମୋଦନ କ୍ରମେ ଗତ ଜୁଲାଇ ମାସରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ ହଜାର ଟଙ୍କା ପ୍ରଦାନ କରାଯିବା ସହ ତାଙ୍କୁ ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍‌ପିଟାଲକୁ ନିଆଯିବାର ବ୍ୟବସ୍ଥା କରାଯାଇଥିଲା। ମାତ୍ର ସେଠାରେ ବେଡ୍‌ ସୁବିଧା ନ ଥିବାରୁ ତାଙ୍କୁ କଟକ ବଡ ମେଡିକାଲକୁ ପଠାଯାଇଥିଲା। ସେଠାରେ ମଧ୍ୟ ବେଡ୍‌ ସୁବିଧା ନ ମିଳିବାରୁ କିଛିଦିନ ବାରଣ୍ଡାରେ ଚିକିତ୍ସିତ ହେବା ପରେ ଅସୁବିଧା ଯୋଗୁ ପରିବାର ଲୋକେ ମାନସଙ୍କୁ ଘରକୁ ନେଇ ଆସିଥିଲେ। ଏବେ ମାନସ ରୋଗଶଯ୍ୟାରେ ପଡ଼ି ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। କେବଳ ତରଳ ପାନୀୟ ପିଇ ସେ ବଞ୍ଚି ରହିଛନ୍ତି। ତାଙ୍କ ପାଟି କଳରେ ଘା’ ହୋଇଗଲାଣି। ମାନସଙ୍କୁ ସରକାରୀ ସହାୟତା ପ୍ରଦାନ ସହ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ଲକ୍ଷ୍ୟରେ ଭଦ୍ରକ ବରପଦା ଗ୍ରାମର ସାମାଜିକ କର୍ମୀ ପଦ୍ମଲୋଚନ ବେହେରା ଦୀର୍ଘମାସ ହେବ ଟୁଇଟ୍‌ ମାଧ୍ୟମରେ ଜିଲାପାଳଙ୍କଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଏ ସମ୍ପର୍କରେ ଜଣାଇ ଆସୁଛନ୍ତି। ପୁଅର ଯନ୍ତ୍ରଣା ସହି ନ ପାରି ମା’ ଗୀତାରଣୀ ଏଭଳି ଚରମ ନିଷ୍ପତ୍ତି ନେଇଥିବା ସାମାଜିକ କର୍ମୀ ପଦ୍ମଲୋଚନଙ୍କୁ ଫୋନ୍‌ ଯୋଗେ କହିଛନ୍ତି। ଏହାର ଅଡିଓ କ୍ଲିପ୍‌କୁ ମଧ୍ୟ ଟୁଇଟ୍‌ ମାଧ୍ୟମରେ ପ୍ରଶାସନ ନିକଟକୁ ପଠାଯାଇଥିବା ସାମାଜିକ କର୍ମୀ ପଦ୍ମଲୋଚନ ପ୍ରକାଶ କରିଛନ୍ତି। ହେଲେ ପ୍ରଶାସନ ବର୍ତ୍ତମାନ ସୁଦ୍ଧା ମାନସଙ୍କ ଅଧିକ ଚିକିତ୍ସା ପାଇଁ ତତ୍ପରତା ପ୍ରକାଶ କରିନାହିଁ। ଏ ସମ୍ପର୍କରେ ଜିଲାପାଳ ଜ୍ଞାନରଞ୍ଜନ ଦାଶଙ୍କ ସହ ଯୋଗାଯୋଗ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri