ଅସୁବିଧା ଭୋଗୁଛନ୍ତି ୧୫ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନୂଆପଡ଼ା ଅଫିସ,୪।୧୧:ନୂଆପଡା ଜିଲା ସଦର ମହକୁମାର ଅନେକ ସ୍ଥାନକୁ ଗ୍ରାମ୍ୟ ଉନ୍ନଉନ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ଯୋଡା ଯାଉଛି। କିନ୍ତୁ ଅନେକ ଗ୍ରାମବାସୀ ସଦର ମହକୁମାକୁ ଆସିବା ପାଇଁ ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଏପରି ପରିସ୍ଥିତି ଦେଖିବାକୁ ମିଳିଛି ନୂଆପଡା ସଦର ବ୍ଲକ କୋଦୋମେରୀ ପଞ୍ଚାୟତର ବିନ୍ଧନମୁଡି ଗ୍ରାମ ନିକଟରେ। ନୂଆପଡା ସଦର ବ୍ଲକ ଗୋଡଫୁଲା ପଞ୍ଚାୟତ ପଗାରପାଣି ଓ ବିନ୍ଧନମୁଡିକୁ ଯାଉଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ରାସ୍ତା ବିନ୍ଧନମୁଡି, ବୋଏରଭାଡି, ମାଗୁରପାଣି, କେରମେଲି, ଜାମପାଣି, ଛିନ୍ଦପାଣି ଲୋକଙ୍କ ପାଇଁ ଜିଲା ସଦର ମହକୁମାକୁ ସିଧାସଳଖ ସଂଯୋଗ ହେଉଛି। ଏହି ରାସ୍ତାର ବିନ୍ଧନମୁଡି ଗ୍ରାମ ନିକଟରେ ପୋଲ ଭଙ୍ଗାଯାଇ ଗ୍ରାମ ଉନ୍ନୟନ ବିଭାଗ ପକ୍ଷରୁ ଏଠାରେ ଏକ ନୂଆ ପୋଲ ନିର୍ମାଣ କରିବା ଲାଗି କାର୍ଯ୍ୟାଦଶ ପ୍ରଦାନ କରାଯାଇଥିଲା। ଫଳରେ ସେଠାରେ ଥିବା ପୁରୁଣା ପୋଲକୁ ଭଙ୍ଗା ଦିଆଯାଇଥିଲା। ଉକ୍ତ ସ୍ଥାନରେ ନୂତନ ପୋଲ ନିର୍ମାଣ ପାଇଁ ସମ୍ପୃକ୍ତ ଠିକାଦାରଙ୍କୁ ବିଭାଗୀୟ ଯନ୍ତ୍ରୀ ଲେଆଉଟ ଦେଇଥିଲେ। ସମ୍ପୃକ୍ତ ଠିକାଦାର ପୋଲ ନିର୍ମାଣ ସାମଗ୍ରୀ ଠୁଳ କରି ଆରମ୍ଭ କରିବା ସମୟରେ ବର୍ଷା ଦାଉ ସାଧିଥିଲା। ଏହି ପୋଲ ଉପରେ ନିର୍ଭର କରୁଥିବା ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ବର୍ତ୍ତମାନ ସମୟରେ ଗ୍ରାମବାସୀ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଦୁରଦୃଷ୍ଟିତାକୁ ଦାୟୀ କରିବା ସହ ପୋଲ ଭାଙ୍ଗିବା ପୂର୍ବରୁ ଅନ୍ୟ ବିକଳ୍ପ ବ୍ୟାବସ୍ଥା କାହିଁକି ଗ୍ରହଣ କରାଗଲା ନାହିଁ ବୋଲି ଗ୍ରାମବାସୀ ପ୍ରଶ୍ନ କରିଛନ୍ତି। ବିଭାଗୀୟ ଯନ୍ତ୍ରୀମାନେ ଆଗକୁ ବର୍ଷା ଅଛି ବୋଲି କ’ଣ ଜାଣି ନ ଥିଲେ। ସେମାନେ ପୋଲକୁ ଭାଙ୍ଗିଦେଲେ କାହିଁକି, ଯଦି ଭାଙ୍ଗିଲେ ଅସ୍ଥାୟୀ ବାଏପାସ ରାସ୍ତା ନିର୍ମାଣ କଲେ ନାହିଁ କାହିଁକି ବୋଲି ପ୍ରଶ୍ନ ଉଠାଇଛନ୍ତି। ବର୍ତ୍ତମାନ ବର୍ଷା କମି ଗଲାଣି, କାମ କାହିଁକି ଆରମ୍ଭ କରାଯାଇନାହିଁ ବୋଲି ପ୍ରଶ୍ନ କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ସହକାରୀ ଯନ୍ତ୍ରୀ ସତ୍ୟନାରାୟଣ ପଣ୍ଡାଙ୍କୁ ପଚାରିବାରୁ ବର୍ଷା ପୂର୍ବରୁ ପୋଲ ନିର୍ମାଣ ପାଇଁ ଚେଷ୍ଟା କରିଥିଲୁ। ହେଲେ ହଠାତ ଅତ୍ୟଧିକ ବର୍ଷା ହେବାରୁ କାମ ଅଟକି ରହିଯାଇଛି। ବର୍ତ୍ତମାନ ବର୍ଷା କମି ଗଲାଣି, କାମ ଆରମ୍ଭ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri