ଅସ୍ତରଙ୍ଗ ଉପକୂଳ ଲଙ୍ଘିଲା ଅଶାନ୍ତ ସମୁଦ୍ର: ଚାଷଜମିରେ ମାଡ଼ିଲା ଲୁଣା ଜୁଆର, ଗ୍ରାମବାସୀ ଆତଙ୍କିତ

କାକଟପୁର, ୨।୭(ଡି.ଏନ୍‌.ଏ.)-ଲଘୁଚାପ ଏବଂ ଅମାବାସ୍ୟା ତିଥି ପାଇଁ ଅଶାନ୍ତ ହୋଇପଡ଼ିଛି ସମୁଦ୍ର। ମଙ୍ଗଳବାର ମଧ୍ୟାହ୍ନରେ ଅସ୍ତରଙ୍ଗ ଉପକୂଳର ଉଦୟକଣି ଗଁା ନିକଟରେ ଉଚ୍ଚ ଜୁଆର କୂଳ ଲଙ୍ଘିଛି। ଅଶାନ୍ତ ସମୁଦ୍ର ବାଲିସ୍ତୁପ ଡେଇଁ ସ୍ଥଳଭାଗ ମୁହାଁ ହୋଇଥିବାବେଳେ ଗର୍ଜନ ଛାତି ଥରାଇ ଦେଉଛି ବୋଲି କହିଛନ୍ତି ତଣ୍ଡାହାର ଗ୍ରାମର ସୁବାସ ପ୍ରଧାନ। ଲୁଣା ଜୁଆର ଅସ୍ତରଙ୍ଗ ବ୍ଲକର ତଣ୍ଡାହାର, ଛେନୁ, ଉଦୟକଣି ଏବଂ କଟକଣା ପ୍ରଭୃତି ୪ଟି ଗାଁରେ ସମୁଦ୍ର ପାଣି ପଶିଯାଇଛି। ଯଦି ସମୁଦ୍ରରର ଏଭଳି ସ୍ଥିତି ଜାରି ରହେ ବୁଧବାର ସକାଳ ସୁଦ୍ଧା ଉପରୋକ୍ତ ୪ଟି ଗ୍ରାମ ଜଳବନ୍ଦୀ ହୋଇଯିବାର ଆଶଙ୍କା ସୃଷ୍ଟି ହୋଇଛି। ଫଳରେ ଏହି ୪ଗ୍ରାମବାସୀଙ୍କ ସହ ଉପକୂଳବର୍ତ୍ତୀ ସମସ୍ତ ଗାଁର ଲୋକେ ଆଶଙ୍କ ମଧ୍ୟରେ ରହିଛନ୍ତି। ଖବର ପାଇ କାକଟପୁର ଜଳସେଚନ ଉପଖଣ୍ଡର ଉପନିର୍ବାହୀ ଯନ୍ତ୍ରୀ ପ୍ରତାପ କୁମାର ବିଶ୍ୱାଳ, କନିଷ୍ଠ ଯନ୍ତ୍ରୀ ତପନ କୁମାର ନାୟକ, ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ ସ୍ବାଧୀନ କୁମାର ନାୟକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଅନୁଧ୍ୟାନ କରିବା ସହ ଉଦୟକଣି ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ।

ପ୍ରତିବର୍ଷ ବର୍ଷା ରୁତିରେ ଏଠାରେ ସମୁଦ୍ର ସ୍ଥଳଭାଗ ମୁହାଁ ହେଉଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ସ୍ଥାୟୀ ପ୍ରତିକାର କରାଯାଉ ନ ଥିବାରୁ ରାତିରେ ଶୋଇପାରୁ ନାହୁଁ ବୋଲି ଛେନୁ ଗ୍ରାମର ବାପି ପ୍ରଧାନ, ଉଦୟକଣି ଗ୍ରାମର ଭଗବାନ ବେହେରା କହିଛନ୍ତି। ଗତବର୍ଷ ଏପରି ଘଟଣା ଘଟିବାରୁ ଜଳସେଚନ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସମେତ ଏକ ବିଶେଷଜ୍ଞ ଦଳ ଏଠାକୁ ଆସି ଘଟଣାର ଅନୁଧ୍ୟାନ କରିଥିଲେ। ତେବେ କୌଣସି ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯାଇ ନ ଥିବାରୁ ଉପକୂଳବର୍ତ୍ତୀ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଏ ସମସ୍ୟାର ସମାଧାନ ପାଇଁ ଦୀର୍ଘ ମିଆଦୀ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯିବା ଦରକାର ନଚେତ ଉପରୋକ୍ତ ୪ଟି ଗାଁ ସମୁଦ୍ର ଗର୍ଭରେ ଲୀନ ହେବ ବୋଲି କହିଛନ୍ତି ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ। ବିଭାଗୀୟ ଉଚ୍ଚଅଧିକାରୀଙ୍କୁ ଏ ସମ୍ପର୍କରେ ଅବଗତ କରାଯାଇଛି ଏବଂ ବିଶେଷଜ୍ଞ ଦଳଙ୍କ ପରାମର୍ଶକୁ ଅପେକ୍ଷା କରାଯାଇଛି। ଚଳିତବର୍ଷ ଏହି ସମସ୍ୟାର ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି କହିଛନ୍ତି ଜଳସେଚନ ବିଭାଗ କାକଟପୁର ଉପନିର୍ବାହୀ ଯନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri