ଅସ୍ତ୍ରୋପଚାର ବେଳେ ନବଜାତ ଶିଶୁପୁତ୍ର ମୁଣ୍ଡରେ କ୍ଷତ

ଖୋର୍ଦ୍ଧା ଅଫିସ,୧୦।୭: ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ତରତୁଆର ଜଣେ ପ୍ରସୂତି ମହିଳାଙ୍କର ଅସ୍ତ୍ରୋପଚାର ବେଳେ ନବଜାତ ଶିଶୁପୁତ୍ର ମୁଣ୍ଡରେ କ୍ଷତ ହୋଇଥିଲା। ତେବେ କ୍ଷତକୁ ଲୁକ୍କାୟତ ଭାବେ ଷ୍ଟିଚ କରି ଅସ୍ତ୍ରୋପଚାରରେ ନିୟୋଜିତ ଡାକ୍ତର ଓ କର୍ମଚାରୀ ଗୁରୁତର ଦର୍ଶାଇ ରେଫର କରିଥିଲେ। ଏହି ଘଟଣାକୁ ନେଇ ନବଜାତ ଶିଶୁଙ୍କ ପରିବାର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଚିକିତ୍ସା କରୁଥିବା ଡାକ୍ତର, ଅଭିଯୋଗ ପରେ ତଦନ୍ତ ନ କରି ବ୍ୟବହାର ଖରାପ ଦେଖାଇଥିବା ଏଡିଏମ୍‌ଓ(ମେଡିକାଲ)ଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ଶିଶୁର ଚିକିତ୍ସା ଖର୍ଚ୍ଚ ଯୋଗାଇ ଦେବାକୁ ମଙ୍ଗଳବାର ନବଜାତ ଶିଶୁଙ୍କ ପରିବାର ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମଓ)ଙ୍କୁ ଅବଗତ କରାଯାଇଛି। ଅଭିଯୋଗ ପାଇବା ପରେ ସିଡିଏମ୍‌ଓ ବିଜୟ କୁମାର ମହାପାତ୍ର ଗଣମାଧ୍ୟମକୁ କହିଛନ୍ତି, ଘଟଣାର ତଦନ୍ତ ପାଇଁ ଏକ କମିଟି ଗଠନ କରାଯିବ। କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଗଲା ଅନୁଧ୍ୟାନ ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ଶିଶୁର ଅବସ୍ଥା ଭଲ ଅଛି। ତେବେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶିଶୁର ଚିକିତ୍ସା ମାଗଣାରେ କରାଯିବ।
ତରତୁଆର ଆଜାଦ୍‌ ଖାନଙ୍କ ଅଭିଯୋଗ ଅନୁସାରେ, ୩ ତାରିଖରେ ପତ୍ନୀ ଅରାଫତ୍‌ ନିଶାଙ୍କର ଅସ୍ତ୍ରୋପଚାର କରାଯାଇ ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା। ତେବେ ଗୁରୁତର କହି ଭୁବନେଶ୍ୱର ଏମ୍‌ସକୁ ଅସ୍ତ୍ରୋପଚାର କରିଥିବା ଡାକ୍ତର ନବଜାତ ଶିଶୁପୁତ୍ରକୁ ରେଫର କରିଥିଲେ। ଏମ୍‌ସରେ ଚିକିତ୍ସିତ ହେବା ପରେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ବଡ ମେଡିକାଲର ଶିଶୁ ବିଭାଗରେ ନବଜାତ ଶିଶୁପୁତ୍ରଙ୍କୁ ଭର୍ତ୍ତି କରାଯାଇଥିଲା। ମୁଣ୍ଡରେ କ୍ଷତ ଯୋଗୁ ନବଜାତ ଶିଶୁପୁତ୍ର ଗୁରୁତର ରହିଥିବା ଡାକ୍ତର କହିଥିଲେ। ଏପରିକି କ୍ଷତ ସ୍ଥାନରୁ ବାଳ କଟା ନ ଯାଇ ୨ଟି ଷ୍ଟିଚ୍‌ ପକାଯିବା ଶିଶୁ ଅସୁସ୍ଥତାର କାରଣ ବୋଲି ଜଣାପଡିଥିଲା। ତେବେ ଘଟଣା ସମ୍ପର୍କରେ ପରିବାର ଲୋକେ ଜାଣି ନ ଥିବାରୁ ଚିକିତ୍ସାରେ ସମସ୍ୟା ଦେଖା ଦେଇଥିଲା। ପରୀକ୍ଷଣ ପରେ ମୁଣ୍ଡର କ୍ଷତ ନଜରକୁ ଆସିଥିଲା। ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର କରୁଥିବା ଡାକ୍ତର ଓ କର୍ମଚାରୀ ମୁଣ୍ଡର କ୍ଷତ ସମ୍ପର୍କରେ ପରିବାର ଲୋକଙ୍କୁ କୌଣସି ସୂଚନା ଦେଇ ନ ଥିଲେ। ସେମାନେ ତରବରିଆ ଭାବେ ଷ୍ଟିଚ କରି ରେଫର କରିଦେବା ପରେ ନବଜାତ ଶିଶୁପୁତ୍ରର ସ୍ବାସ୍ଥ୍ୟ ବିଗିଡି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି।…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍‌ ଆବେଦନ ସମୟସୀମା

ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍‌ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri