Posted inଜାତୀୟ

ଅସ୍ଥାନାଙ୍କୁ ସିବିଆଇର କ୍ଲିନ୍‌ଚିଟ୍‌

ନୂଆଦିଲ୍ଲୀ,୮।୩: ଲାଞ୍ଚ ଗ୍ରହଣ ମାମଲାରେ ସିବିଆଇର ପୂର୍ବତନ ସ୍ବତନ୍ତ୍ର ନିର୍ଦ୍ଦେଶକ ରାକେଶ ଅସ୍ଥାନା ଏବଂ ଡିଏସ୍‌ପି ଦେବେନ୍ଦ୍ର କୁମାରଙ୍କୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା କ୍ଲିନ୍‌ଚିଟ୍‌ ଦେଇଛି। ଶନିବାର ସିବିଆଇ ସ୍ବତନ୍ତ୍ର କୋର୍ଟ ଉକ୍ତ କ୍ଲିନ୍‌ଚିଟ୍‌କୁ ଗ୍ରହଣ କରିଥିବାରୁ ଅସ୍ଥାନାଙ୍କ ପାଇଁ ବଡ଼ ଆଶ୍ୱସ୍ତି ହୋଇଛି। ଅନ୍ୟପକ୍ଷରେ ସିବିଆଇର ଚାର୍ଜଶିଟ୍‌କୁ ମଧ୍ୟ ଅଦାଲତ ବିଚାରକୁ ନେଇଛନ୍ତି। ଅସ୍ଥାନା ଓ ଦେବେନ୍ଦ୍ରଙ୍କ ବିରୋଧରେ ତଦନ୍ତ ଆଗେଇବା ପାଇଁ ଯଥେଷ୍ଟ କାରଣ ନାହିଁ ବୋଲି ସ୍ବତନ୍ତ୍ର ସିବିଆଇ ବିଚାରପତି ସଞ୍ଜୀବ ଅଗ୍ରଓ୍ବାଲ ମତ ଦେଇଛନ୍ତି। ସିବିଆଇ ଡିଏସ୍‌ପି ଦେବେନ୍ଦ୍ରଙ୍କୁ ୨୦୧୮ରେ ଗିରଫ କରାଯାଇ ପରେ ଜାମିନରେ ଛଡ଼ାଯାଇଥିଲା। ଚାର୍ଜଶିଟ୍‌ରେ ଅଭିଯୁକ୍ତ ଥିବା ମଧ୍ୟସ୍ଥ ମନୋଜ ପ୍ରସାଦଙ୍କୁ କୋର୍ଟ ସମନ ଜାରି କରିଛନ୍ତି। ଏହାବ୍ୟତୀତ ପ୍ରସାଦଙ୍କ ଭାଇ ସୋମେଶ୍ୱର ଶ୍ରୀବାସ୍ତବ ଓ ଶ୍ୱଶୁର ସୁନୀଲ ମିତ୍ତଲଙ୍କୁ ମଧ୍ୟ ସମନ ଜାରି କରାଯାଇଛି। ସେମାନଙ୍କୁ ଏପ୍ରିଲ ୧୩ରେ ହାଜର ହେବା ଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ତଦନ୍ତରେ ଅସ୍ଥାନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳିଲେ ସିବିଆଇ ତାଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିପାରିବ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri