ଅସ୍ଥାୟୀ ଡମ୍ପିଂୟାର୍ଡ ପାଲଟିଛି କଚେରି ପୋଖରୀ

ପଟ୍ଟାମୁଣ୍ଡାଇ, ୨୫।୧୦ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟି ଏବେ ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ ହୋଇ ପୂତିଗନ୍ଧମୟ ପରିବେଶ ସୃଷ୍ଟି କରିଛି। ମ୍ୟୁନିସିପାଲିଟି ପକ୍ଷରୁ ଡମ୍ପିଂୟାର୍ଡ ନିର୍ମାଣ ହେବା ନେଇ ୨୦୧୩ରୁ ଯୋଜନା ଚାଲିଥିଲେ ମଧ୍ୟ ତାହା ଏ ପର୍ଯ୍ୟନ୍ତ ହୋଇପାରି ନାହିଁ। ଅନ୍ୟପକ୍ଷେ ପଟ୍ଟାମୁଣ୍ଡାଇ ଏକ ବ୍ୟବସାୟିକ ପେଣ୍ଠ ହୋଇଥିବାରୁ ଦୈନିକ ଏଠାକୁ ରାଜନଗର, ଆଳି, ରାଜକନିକା, ମହାକାଳପଡା, କେନ୍ଦ୍ରାପଡା, ଡେରାବିଶ୍‌ ବ୍ଲକର ଶହ ଶହ ଲୋକେ କିଣାବିକା କରିବାକୁ ଆସିଥାନ୍ତି। ପ୍ରତ୍ୟହ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଭିଡ଼ ହେଉଥିବା ବେଳେ ସହର ଓ ସହର ତଳି ଅଞ୍ଚଳର ଆବର୍ଜନା ଠିକ୍‌ ସ୍ଥାନରେ ପଡିପାରୁ ନାହିଁ। ସଫେଇ କର୍ମଚାରୀ ପ୍ରେତିଦିନ ପ୍ରାୟ ୨୦ରୁ ୨୫ ଟ୍ରଲି ଆବର୍ଜନା ବୋହି ନେଇ କଚେରି ପୋଖରୀ ଓ ତା’ ସମ୍ମୁଖରେ ଥିବା ମାର୍କେଟ କମ୍ପ୍ଲେକ୍ସ ସ୍ଥାନରେ ପକାଉଛନ୍ତି। ଫଳରେ ଉକ୍ତ ପୋଖରୀ ଅସ୍ଥାୟୀ ଡମ୍ପିଂୟାର୍ଡ ପାଲଟିଛି।
ପ୍ରକାଶ ଯେ, ଜମିଦାର ଅମଳରେ ପ୍ରାୟ ୧ ଏକର ଜମିରେ କଚେରି ପୋଖରୀ ଖନନ କରାଯାଇଥିଲା। ପୂର୍ବରୁ ପୋଖରୀରେ ଲକ୍ଷ ଲକ୍ଷ ଟଙ୍କାର ମାଛ ଉପତ୍ାଦନ ହେଉଥିବା ବେଳେ ଏହାର ପାଣି ବ୍ୟବହୃତ ହେଉଥିଲା। ମାତ୍ର ତାହା ରକ୍ଷଣାବେକ୍ଷଣ ଅଭାବରୁ ଏବେ ପରିତ୍ୟକ୍ତ ହୋଇପଡିଛି। ଫଳରେ ପଟ୍ଟାମୁଣ୍ଡାଇବାସୀ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବ୍ରିଟିଶ୍‌ ଅମଳରୁ ପୋଖରୀ ଖନନ କରାଯାଇଥିଲା। କିସମ ବଦଳାଇବା ପାଇଁ ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ ତାହା ଏବେ ବଗାୟତ କିସମରେ ରହିଛି। ଏ ସମ୍ପର୍କରେ ତହସିଲଦାର ଶରତ କୁମାର ଗିରିଙ୍କୁ ପଚାରିବାରୁ ସେ କହିଥିଲେ, ଉକ୍ତ ପୋଖରୀର କିସମ ଖୁବ୍‌ଶୀଘ୍ର ପରିବର୍ତ୍ତନ କରାଯିବ। ପୌର କର୍ତ୍ତୃପକ୍ଷ ସମ୍ପଦ କୁମାର ସ୍ବାଇଁ କହନ୍ତି, କଚେରି ପୋଖରୀ ପୁନଃରୁଦ୍ଧାର ପାଇଁ ସରକାର ଦେଢ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ଖୁବ୍‌ଶୀଘ୍ର ଏହାର ଟେଣ୍ଡର କରାଯିବ। କାୈଣସି ଅଳିଆ ଆବର୍ଜନା ରହିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri