ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ୨୩ ଶ୍ରମିକ: ଚାଲି ଚାଲି ଯାଉଥିଲେ ପଶ୍ଚିମବଙ୍ଗ

ରସାଳପୁର,୨୭।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ଥାନା ପୋଲିସ ସୋମବାର ପୂର୍ବାହ୍ନରେ ପଶ୍ଚିମବଙ୍ଗର ୨୩ଜଣ ଶ୍ରମିକଙ୍କୁ ସ୍ଥାନୀୟ ପଞ୍ଚାୟତର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖିଛି। ସେମାନଙ୍କର ଖାଇବା ପିଇବା ସହିତ ସମସ୍ତ ସୁବିଧା ପଞ୍ଚାୟତ ପକ୍ଷରୁ ଯୋଗାଇ ଦିଆଯିବ ବୋଲି କେନ୍ଦ୍ର ଦାୟିତ୍ୱରେ ଥିବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ନୋଡ଼ାଲ ଅଫିସର ସୂଚନା ଦେଇଛନ୍ତି। ପରେ ପୋଲିସ କେନ୍ଦ୍ରରେ ପହଞ୍ଚି ସେମାନଙ୍କର ନାମ, ଠିକଣା ଓ ପଞ୍ଜିକରଣ କରିଛି। ପଞ୍ଜିକୃତମାନେ ହେଲେ ପଶ୍ଚିମବଙ୍ଗ ରାଜ୍ୟର ବୀରଭୂମ ଜିଲା ନାଲହାତୀ ଥାନା ଭଜିରପୁର ଗ୍ରାମର ୧୦ଜଣ, ବନ୍ଦଖୋଲି ଗ୍ରାମର ୩ଜଣ, ନାଲାଡ଼ିହି ଥାନା ହାଜାରପୁର ଗ୍ରାମର ୨ଜଣ, ଆନକୁଲା ଗ୍ରାମର ୨ଜଣ, ନାଗର ଗ୍ରାମର ୬ଜଣ ଓ କଣ୍ଟାଗଡ଼ିଆ ଗ୍ରାମର ୫ଜଣ। ସମସ୍ତଙ୍କ ବୟସ ୨୦ରୁ ୫୦ ବର୍ଷ ମଧ୍ୟରେ ବୋଲି ଜଣାପଡିଛି।
ଉକ୍ତ ଯୁବକମାନେ କିଛିଦିନ ତଳେ ସିମୁଳିଆ ଥାନା ମାର୍କୋଣା ଅଞ୍ଚଳର ବାଟି ଗ୍ରାମରେ ଠିକା ନେଇ ପକ୍କା ଘର ତିଆରି କରୁଥିଲେ। କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ସାଙ୍ଗକୁ ଶଟ୍‌ଡାଉନ୍‌ ହେବା ଫଳରେ କାମ କରିବାରେ ଅସୁବିଧା ହୋଇଥିଲା। କାମ ନ ହେବାରୁ ସେମାନେ ନିଜ ରାଜ୍ୟକୁ ଫେରିଯିବା ପାଇଁ ଚାଲି ଚାଲି ଆସୁଥିବା ବେଳେ ୧୬ନଂ. ଜାତୀୟ ରାଜପଥ ସଦର ଥାନା ନିକଟରେ ଏତେସଂଖ୍ୟକ ଲୋକ ଆସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ସେମାନଙ୍କୁ ଅଟକ ରଖିବା ସହିତ ରେମୁଣା ବିଡ଼ିଓ ଏବଂ ତହସିଲଦାରଙ୍କ ସହିତ ଯୋଗାଯୋଗ କରିଥିଲେ। ପରେ ବିଡ଼ିଓ ସ୍ଥାନୀୟ ପଞ୍ଚାୟତ କୁରୁଡ଼ାର ସରପଞ୍ଚଙ୍କ ସହିତ କଥାବାର୍ତ୍ତା ପରେ ତାଙ୍କୁ ପଞ୍ଚାୟତରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri