ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ହାଇଦ୍ରାବାଦରୁ ଆସିଥିବା ୪୦ ପ୍ରବାସୀ

ଭବାନୀପାଟଣା/କୋକସରା,୧୬।୫(ଡି.ଏନ୍‌.ଏ.)-ହାଇଦ୍ରାବାଦରେ ଫସି ରହିଥିବା କଳାହାଣ୍ଡି ଜିଲାର ୪୦ ଜଣ ପ୍ରବାସୀ ଓଡ଼ିଆ ଶୁକ୍ରବାର ଏକ୍‌ ବସ୍‌ରେ ଆସି କୋକସରା ବ୍ଲକ ଅଫିସ ସମ୍ମୁଖରେ ପହଞ୍ଚିଥିଲେ। ବିଡିଓ ମନୀଷା ଦାସ ସେମାନଙ୍କୁ ମାଝିଗୁଡାଠାରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖିବାର ବ୍ୟବସ୍ଥା କରିଥିଲେ। ଏଥିରେ ବ୍ଲକ ଅନ୍ତର୍ଗତ ଥୁଟିବର ଗ୍ରାମର ୩୨ଜଣ ଥିବା ବେଳେ ବଡକେନ୍ଦୁଗୁଡାର ୨, ଟେମରାର ୨, ଫୁପଗାଁର ଜଣେ, ଧର୍ମଗଡ ବ୍ଲକ ତେଣ୍ଡାପାଳି ଗ୍ରାମର ଜଣେ, ବଗାଡ଼ରର ଜଣେ ଓ ଜୟପାଟଣା ବ୍ଲକର ଜଣେ ରହିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯିବା ସମୟରେ ଡବ୍ଲ୍ୟୁଇଓ ଦାମୋଦର ବିଶ୍ୱାଳ, ସାମାଜିକ ସୁରକ୍ଷା କର୍ମୀ ଦୀପକ କୁମାର ବେହେରା, ମାଝିଗୁଡା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ କୃଷ୍ଣଚନ୍ଦ୍ର ଦାଶ, କୋକସରା ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ ଚାଲାଣ ହେଉଥିଲା ୪୦୪ ଦେଶୀ ମଦ ପାଉଚ୍‌, ଜବତ କଲା ରିଷିଡ଼ା ପୋଲିସ, ଅଭିଯୁକ୍ତ…

ରିଷିଡା,୧୮।୧୨(ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡି ଅଧୀନସ୍ଥ ପୈାରକେଲା  ଢିପୁପଡାଠାରେ ବେଆଇନ ଭାବେ ଚାଲାଣ ହେଉଥିବା ୪୦୪ ଦେଶୀ ମଦପାଉଚକୁ...

ଧାନମଣ୍ଡି ଉଦ୍‌ଘାଟନ କଲେ ଚାଷୀ, ପ୍ରଶାସନ ଗୁରୁତ୍ୱ ଦେଇ…

ରିଷିଡ଼ା,୧୮।୧୨(ସୁଶାନ୍ତ ମଲ୍ଲିକ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପାକ୍ସ ଅଧୀନ ଖରଝୁରା ତାରିଣୀଛକଠାରେ ଗୁରୁବାର ଏକ ଧାନମଣ୍ଡି ଚାଷୀମାନଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଉପମଣ୍ଡି...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri