ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ୩୦ପ୍ରବାସୀ

ଜୁନାଗଡ,୧୭।୫(ଡି.ଏନ୍‌.ଏ.)-ତାମିଲନାଡୁର କୋଏମ୍ବାଟୁରରେ ଫସି ରହିଥିବା କଳାହାଣ୍ଡି ଜିଲାର ୩୦ଜଣ ପ୍ରବାସୀ ରବିବାର ଏକ ବସ୍‌ ଯୋଗେ ଆସି ଜୁନାଗଡରେ ପହଞ୍ଚିଥିଲେ। ଏଥିରେ ଜୁନାଗଡ ବ୍ଲକର ୧୫, ଧର୍ମଗଡର ୧୦ ଓ କୋକସରା ବ୍ଲକର ୫ଜଣ ଶ୍ରମିକ ରହିଛନ୍ତି। ସମସ୍ତେ କୋଏମ୍ବାଟୁରର ଏକ ସୂତାକଳରେ କାମ କରୁଥିଲେ। ବସ୍‌ ଡ୍ରାଇଭର ଜୁନାଗଡ ସହର ନିକଟ ହାତୀନଦୀ ବ୍ରିଜଠାରେ ସେମାନଙ୍କୁ ଛାଡିଦେଇ ଚାଲିଯାଇଥିଲେ। ଖବର ପାଇ ଜୁନାଗଡ ବ୍ଲକ ପ୍ରଶାସନ ପକ୍ଷରୁ ଯନ୍ତ୍ରୀ ସଞ୍ଜୟ କୁମାର ମଲ୍ଲିକ, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ମହେଶ କୁମାର ସାହୁ, ମହିଚଲା ସରପଞ୍ଚ ଅଜୟ କୁମାର ବେହେରା, ଆଇନଜୀବୀ ପ୍ରଦ୍ୟୁମ୍ନ କୁମାର ରାଉତ, ଜିଆରଏସ୍‌ ଶିବ ପଟ୍ଟନାୟକ, କଲିଙ୍ଗା ସାହୁ ପହଞ୍ଚି ସେମାନଙ୍କୁ ଜଳପାନ ଦେବା ସହ ମିନିବସ୍‌ରେ ରଣପୁର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ନେଇ ଛାଡି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri