ଅହଂକାର ଅଜ୍ଞାନତାଠାରୁ ଅଧିକ ଭୟଙ୍କର: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ଲକ୍‌ଡାଉନ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବାର ଉଦ୍ୟମ କରାଯାଉଛି। ସୋମବାର ରାହୁଲ ଗାନ୍ଧୀ ସରକାରଙ୍କ କରୋନା ଲଢ଼େଇ ବିରୋଧରେ ମନ୍ତବ୍ୟ ଦେଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଅହଂକାର ଅଜ୍ଞାନତାଠାରୁ ଅଧିକ ଭୟଙ୍କର। ପ୍ରଧାନମନ୍ତ୍ରୀ ମୋଦି ସରକାର କରୋନା ସହିତ କିଭଳି ଲଢ଼େଇ କରାଯିବ ତାହା ଜାଣି ନାହାଁନ୍ତି। ମାତ୍ର ସରକାରଙ୍କ ଅହଂକାର ଯୋଗୁ ଦେଶରେ ଗୋଟିଏ ପରେ ଗୋଟିଏ ଲକ୍‌ଡାଉନ ଜାରି ରହିଛି। ପ୍ରତି ଲକ୍‌ ଡାଉନ୍‌ ପରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ରାହୁଲ କହିଛନ୍ତି। କିନ୍ତୁ ସରକାର ନିଜର ଅଜ୍ଞାନତା ସ୍ବୀକାର କରୁ ନାହାଁନ୍ତି ବଂର ଭୁଲ୍‌ କରି ଚାଲିଥିବା ସେ କହିଛନ୍ତି। ମାର୍ଚ୍ଚ ୨୨ରେ ଦେଶରେ ଲକ୍‌ଡାଉନ ଘୋଷଣା କରାଯିବା ସମୟରେ ସଂକ୍ରମଣ ତାଲିକା ଦେଶ ମଧ୍ୟରେ ଭାରତ ତଳେ ଥିଲା। ମାତ୍ର କ୍ରମାଗତ ଏହା ଶୀର୍ଷ ମୁହଁା ହେବାରେ ଲାଗିଛି ବୋଲି ରାହୁଲ କହିଛନ୍ତି। ସୂଚନାଯୋଗ୍ୟ, ଏହା ପୂର୍ବରୁ ଶନିବାର ରାହୁଲ ଏଭଳି ଏକ ଟୁଇଟ କରି ସରକାରଙ୍କୁ ଟାର୍ଗେଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri