ଭୁବନେଶ୍ୱର,୨୬।୨(ବ୍ୟୁରୋ): ଗୁଜରାଟର ଅହମ୍ମଦାବାଦ ସହରରେ କାର୍ଯ୍ୟରତ ଯାଜପୁର ଜିଲାର ଜମାଦାର ଗ୍ରାମ ପଞ୍ଚାୟତର ରେକାବି ବଜାରର ୩ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ସେମାନେ ହେଉଛନ୍ତି- ଦୟାନିଧି ଖୁଣ୍ଟିଆ, ଚିନ୍ମୟ ଖୁଣ୍ଟିଆ ଏବଂ କମଲେଶ ସିଂ। ଏହି ଖବର ଗଣମାଧ୍ୟମରେ ପ୍ରକାଶ ହେବା ପରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମୋ ପରିବାର ସଙ୍ଗଠନର ଆବାହକ ଅରୂପ ପଟ୍ଟନାୟକଙ୍କ ଦୃଷ୍ଟିକୁ ଆଣିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡକ୍ଟର ଗୋପବନ୍ଧୁ ଦାଶ ରାଜ୍ୟ ଶ୍ରମ କମିଶନରଙ୍କ ସହାୟତା ନେଇ ଉପରୋକ୍ତ ୩ ଶ୍ରମିକ କାର୍ଯ୍ୟ କରୁଥିବା ଲୋଟସ୍ କଟନ ମିଲ୍ ସହ ଯୋଗାଯୋଗ କରିଥିଲେ। ଉକ୍ତ ଶ୍ରମିକମାନଙ୍କ ପରିବାରକୁ ଯେପରି ମୃତ୍ୟୁକାଳୀନ ସହାୟତା ମିଳିପାରିବ, ସେ ନେଇ ଚେଷ୍ଟା କରିଥିଲେ। ଏହା ପରେ ୩ ଶ୍ରମିକଙ୍କ ମୃତଦେହକୁ ଆମ୍ବୁଲାନ୍ସ ଯୋଗେ ସେମାନଙ୍କ ଜନ୍ମମାଟିକୁ ଆଣିବାକୁ ବିଧାୟକ ପ୍ରଣବ ପ୍ରକାଶ ଦାସ ସମସ୍ତ ସହାୟତା କରିଥିଲେ। ଏହାଦ୍ୱାରା ମୃତଶରୀର ସେମାନଙ୍କ ଜନ୍ମମାଟିରେ ପହଞ୍ଚିବା ସହ ଶେଷ କୃତ୍ୟ ସମ୍ପନ୍ନ ହୋଇପାରିଥିଲା। ଏହି ସମସ୍ତ ପ୍ରକ୍ରିୟାରେ ସହଯୋଗ ପାଇଁ ସେମାନଙ୍କ ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଧାୟକ ପ୍ରଣବ ପ୍ରକାଶ ଦାସ ଏବଂ ମୋ ପରିବାର ସଙ୍ଗଠନ ପ୍ରତି କୃତଜ୍ଞତା ଜଣାଇଥିଲେ।
ଅହମଦାବାଦରୁ ଫେରିଲା ଓଡ଼ିଆ ଶ୍ରମିକମାନଙ୍କ ମୃତଦେହ; ଓଡ଼ିଶା:ମୋ ପରିବାର ସଙ୍ଗଠନର ସହାୟତା
Posted inଆମ ଜିଲା ଖବର, ମେଟ୍ରୋ, ରାଜ୍ୟ View All
ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…
ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା
ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…
ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ
ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…
ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ
ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…
ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍ ସିଲିଣ୍ଡର, ଜବତ କରି ଉପଜିଲାପାଳ…
ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍ ସିଲିଣ୍ଡର୍କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…
ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…
ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍ କାଟ୍
ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍କାଟ୍ ହେବ ନାହିଁ…
ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ
କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍ ଡ୍ୟାମ୍, ନଳକୂପ ଶୁଖିଯାଉଛି।…
Archives

