Posted inଖେଳ

ଅହମ୍ମଦାବାଦ୍‌ରେ ପିକେଏଲ୍‌ ଫାଇନାଲ ଖେଳାଯିବ

ଅହମ୍ମଦାବାଦ,୧୧।୯(ପି.ଟି.)- ଆସନ୍ତାମାସ ୧୯ ତାରିଖରେ ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌)ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଲିଗ୍‌ର ଏହି ସପ୍ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ଅହମ୍ମଦାବାଦ୍‌ରେ ଖେଳାଯିବ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି। ଏଠାରେ ପ୍ଲେ-ଅଫ୍‌ ମ୍ୟାଚ୍‌ଗୁଡିକ ମଧ୍ୟ ଖେଳାଯିବ। ଦୁଇଟି ଏଲିମିନେଟର ସମେତ ସେମିଫାଇନାଲ ଓ ଫାଇନାଲ ମ୍ୟାଚ୍‌ଗୁଡିକ ଏଠାରେ ଆୟୋଜନ ହେବ। ଅକ୍ଟୋବର ୧୪ ତାରିଖରେ ଏଲିମିନେଟରଗୁଡିକ ଖେଳାଯିବ। ସେହିପରି ୧୬ ତାରିଖରେ ସେମିଫାଇନାଲ ଖେଳାଯିବ। ଏବେ ୧୨ଟି ଦଳ ମଧ୍ୟରୁ ଦବଙ୍ଗ ଦିଲ୍ଲୀ କେ.ସି. ୫୯ ପଏଣ୍ଟ ପାଇ ତାଲିକାର ଶୀର୍ଷରେ ରହିଛି। ସେହିପରି ବେଙ୍ଗଲ ଓ୍ବାରିୟର ୪୮ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହିଛି। ୪୮ ପଏଣ୍ଟ ପାଇଁ ବେଙ୍ଗାଲୁରୁ ବୁଲ୍ସ ତୃତୀୟ ଓ ୪୬ ପଏଣ୍ଟ ପାଇ ହରିୟାଣା ଷ୍ଟିଲର୍ସ ଚତୁର୍ଥ ସ୍ଥାନରେ ରହିଛି। ବେଙ୍ଗାଲୁରୁ ବୁଲ୍ସ ଗତ ସଂସ୍କରଣରେ ଟାଇଟଲ ଜିତିଥିଲା। ଏପର୍ଯ୍ୟନ୍ତ ଲିଗ୍‌ରେ ୧୩୫ଟି ମ୍ୟାଚ୍‌ ଖେଳାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri