ଅହମ୍ମଦାବାଦ୍‌ରେ ଫସି ରହିଛନ୍ତି ୬୧ ଓଡିଆ ତୀର୍ଥଯାତ୍ରୀ: ଫେରାଇ ଆଣିବାକୁ ନିବେଦନ

ଖଇରା, ୨୪।୩(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଖଇରା ତଥା ପଡୋଶୀ ଆଗରପଡା, ସୋର, ବାହାନଗା ଏବଂ ଔପଦା ଅଞ୍ଚଳରୁ ତୀର୍ଥଯାତ୍ରାରେ ଯାଇଥିବା ୬୧ଯାତ୍ରୀ ଗୁଜୁରାଟର ଅହମ୍ମଦାବାଦରେ ଫସି ରହିଛନ୍ତି । ପ୍ରଶାସନିକ ସ୍ତରରେ ଉଦ୍ୟମ କରାଯାଇ ସେମାନଙ୍କୁ ଘରକୁ ଫେରାଇ ଆଣିବାକୁ ପରିବାର ତରଫରୁ ନିବେଦନ କରାଯାଇଛି । ୪୫ବର୍ଷରୁ ଊର୍ଦ୍ଧ୍ୱ ଏହି ୬୧ଜଣ ବ୍ୟକ୍ତି ଫେବୃୟାରୀ ୧୩ ତାରିଖରେ ତୀର୍ଥ କରିବାକୁ ଉତ୍ତର ଓ ପଶ୍ଚିମ ଭାରତ ଯାଇଥିଲେ । ଫେରିବା ବେଳେ ପ୍ରଧାନମନ୍ତ୍ରୀଙ୍କ ଜନତା କର୍ଫ୍ୟୁ ତଥା ଲକଡାଉନ ଯୋଗୁ ୨୩ ତାରିଖରୁ ଅହମ୍ମଦାବାଦ ଷ୍ଟେଶନରେ ଅଟକି ରହିଥିଲେ । ପରିବାର ଲୋକେ ଭାଜପା ଯୁବମୋର୍ଚ୍ଚାର ରାଷ୍ଟ୍ରୀୟ ଉପସଭାପତି ତଥା ଖଇରା ବ୍ଲକ ବାସିନ୍ଦା ଠାକୁର ରଣଜିତ ଦାସଙ୍କୁ ଜଣାଇବା ପରେ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜରିଆରେ ଅହମ୍ମଦାବାଦ ଜିଲାପାଳଙ୍କୁ ଅବଗତ କରାଯାଇଥିଲା । ସେଠାକାର ଜିଲାପାଳ ଫସି ରହିଥିବା ଏହି ତୀର୍ଥଯାତ୍ରୀଙ୍କୁ ଦିଲଦରବାଜା ଅତିଥିଭବନରେ ରଖାଇବାର ବ୍ୟବସ୍ଥା କରିଛନ୍ତି । ସେମାନେ ଭଲରେ ଅଛନ୍ତି । ପରିବାର ଲୋକ ବ୍ୟସ୍ତ ନ ହେବାକୁ ଠାକୁର ଦାସ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

ଗମ୍ଭୀରଙ୍କ ଅଦ୍ଭୁତ ଷ୍ଟ୍ରାଟେଜି: ଶେଷ ଓଭରରେ କଲେ ଏମିତି ମିଳିଲା ତୁରନ୍ତ ସଫଳତା

ଧର୍ମଶାଳା,୧୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ଏକ ଅଦ୍ଭୁତ ରଣନୀତି...

ବିଦ୍ୟୁତ କର୍ମଚାରୀଙ୍କ ସମସ୍ୟା ସମାଧାନ ପାଇଁ ଉଠିଲା ଦାବି

ଦାରିଙ୍ଗବାଡି,୧୫।୧୨(ଅରୁଣ ସାହୁ): ଓ.ଏସ.ଇ.ବି. ବିଜୁଳି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ସମିତି ବୈଠକ ବୈଠକ ସଂଘର ସାଧାରଣ ସମ୍ପାଦକ ଭ୍ରମରବର ରାଉତଙ୍କ ଆବାହନ କ୍ରମେ କନ୍ଧମାଳ ଜିଲା...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨:  ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ...

ନିଜ ହାତରେ ରାସ୍ତା ଖୋଳିଲେ ଭାଜପା ବିଧାୟକ: ଗୁଣବତ୍ତାର ଖୋଲିଲା ପୋଲ୍‌

ଭୋପାଳ,୧୫।୧୨: ମଧ୍ୟପ୍ରଦେଶର ଦିଣ୍ଡୋରୀର ଶାହପୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଓମ ପ୍ରକାଶ ଧୁର୍ଭେ ବିଭାଗୀୟ କର୍ମଚାରୀଙ୍କ ପର୍ଦ୍ଦାଫାସ କରୁଛନ୍ତି।...

ମୋକିମ୍‌ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…

ଭୁବନେଶ୍ୱର, ୧୫।୧୨: ମହମଦ୍‌ ମୋକିମ୍‌ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ...

ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା

ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ...

ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ

ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri