ଆଇ. ରାମବ୍ରହ୍ମମ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ନୂଆ କୁଳପତି

ଭୁବନେଶ୍ୱର,୪ା୧୨ (ବ୍ୟୁରୋ):କୋରାପୁଟ ସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ଆଇ. ରାମବ୍ରହ୍ମମଙ୍କୁ କୁଳାଧିପତି ତଥା ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତି ଦେଇଛନ୍ତି। ଏ ନେଇ ମଙ୍ଗଳବାର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏହି ନିଯୁକ୍ତି ସମ୍ପର୍କରେ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାରଙ୍କୁ ମନ୍ତ୍ରଣାଳୟ ପକ୍ଷରୁ ଜଣାଇ ଦିଆଯାଇଛି। କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଆଇନ-୨୦୦୯ ଅନୁଯାୟୀ ରାମବ୍ରହ୍ମମ କୁଳପତି ପଦବୀରେ ସର୍ବାଧିକ ୫ ବର୍ଷ କିମ୍ବା ତାଙ୍କୁ ୭୦ ବର୍ଷ ହେବା ଯାଏ କାର୍ଯ୍ୟ କରିବେ। ସେ ଯୋଗଦେବା ଦିନଠାରୁ ତାଙ୍କର କାର୍ଯ୍ୟକାଳ ଆରମ୍ଭ ହେବ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ପ୍ରଫେସର ଆଇ. ରାମବ୍ରହ୍ମମ ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଅଛନ୍ତି। ଗତ ଫେବୃୟାରୀ ୨୮ରେ କୁଳପତି ଥିବା ସଚ୍ଚିଦାନନ୍ଦ ମହାନ୍ତି ଦାୟିତ୍ୱରୁ ଅବ୍ୟାହତି ନେବା ପରେ ପ୍ରଫେସର ଶରତ କୁମାର ପାଲିତା କୁଳପତି ଦାୟିତ୍ୱରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…

ପିଜି ନାମଲେଖା: ପ୍ରଥମ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର (ପି.ଜି.) ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ଶୁକ୍ରବାର ପ୍ରକାଶ…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ଆଜିଠାରୁ ‘ମେଟଲ ମିଟ୍‌’ କୁଇଜ୍‌ ମହାକୁମ୍ଭ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ଦଶମ ସଂସ୍କରଣ ଶନିବାର ଉଦ୍‌ଘାଟନ ହେବ। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ…

ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ): ନୂଆଦିଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଯୋଗଦେଇ…

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri