ଆଇଆଇଏମ୍‌ସି ପ୍ରତିଷ୍ଠା ଦିବସ: ଜାତୀୟତାବାଦ ସୃଷ୍ଟିରେ ଖବରକାଗଜ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଢେଙ୍କାନାଳ ଅଫିସ, ୧୮।୮:  ପରାଧୀନ ଭାରତର ଜନତାଙ୍କ ମଧ୍ୟରେ ଜାତୀୟତାବାଦ ସୃଷ୍ଟି କରିବାରେ ଆଞ୍ଚଳିକ ଭାଷାଭାଷୀ ଖବରକାଗଜ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିଲେ। ସେତେବେଳେ ଖବରକାଗଜଗୁଡ଼ିକ ବ୍ରିଟିଶ ଶାସନ ବିରୋଧରେ ସ୍ବର ଉତ୍ତୋଳନ କରୁଥିଲେ। ଇଂଲିଶ ସମେତ ଆଞ୍ଚଳିକ ଭାଷାରେ ଜାତୀୟତାବାଦ ଚିନ୍ତାଧାରାଭିତ୍ତିକ ଖବର ସବୁ ବର୍ଗ ମଧ୍ୟରେ ପ୍ରଭାବ ପକାଉଥିଲା ବୋଲି କହିଛନ୍ତି ପ୍ରଫେସର ପ୍ରୀତିଶ ଆଚାର୍ଯ୍ୟ। ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି)ର ୨୭ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଶନିବାର ଅନୁଷ୍ଠାନ ପରିସରରେ ଆୟୋଜିତ ବକ୍ତୃତା କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏହା କହିଛନ୍ତି।
ଶିକ୍ଷାବିତ୍‌ ସୁବୀର ଘୋଷ କହିଲେ, ସ୍ବାଧୀନ ଭାରତରେ ଉନ୍ନୟନ ପ୍ରକ୍ରିୟା ଏବଂ ଜନତାଙ୍କ ମଧ୍ୟରେ ବିରାଟ ବ୍ୟବଧାନ ସୃଷ୍ଟି ହୋଇଥିଲା। ଶାସକ, ପ୍ରଶାସକ, ଜନତାଙ୍କ ମଧ୍ୟରେ ସେତୁ ବଢ଼ିବାରେ ଗଣମାଧ୍ୟମର ଯୋଗଦାନ ଅନସ୍ବୀକାର୍ଯ୍ୟ। ଏପରି ମହତ୍‌ ଉଦ୍ଦେଶ୍ୟକୁ ଚରିତାର୍ଥ କରିବାକୁ ୧୯୬୫ରେ ନୂଆଦିଲ୍ଲୀଠାରେ ଆଇଆଇଏମ୍‌ସି ପ୍ରତିଷ୍ଠା ହୋଇଥିଲା। ଏହାର ଉଦ୍ଦେଶ୍ୟ କେବଳ ସାମ୍ବାଦିକମାନଙ୍କୁ ତାଲିମ ଦେବା ମଧ୍ୟରେ ସୀମିତ ନ ଥିଲା। ଅଧିକନ୍ତୁ ଉନ୍ନୟନ ପ୍ରକ୍ରିୟା ସହ ଲୋକଙ୍କୁ ଯୋଡ଼ିବା ଦିଗରେ ଏହି ଅନୁଷ୍ଠାନ ଉଲ୍ଲେଖନୀୟ କାର୍ଯ୍ୟ କରିପାରିଥିଲା। ଏହାପରେ ୧୯୯୩ରେ ଏହାର ପ୍ରଥମ ଶାଖା ଢେଙ୍କାନାଳରେ ଖୋଲିଥିବା ସେ ସୂଚନା ଦେଇଥିଲେ। ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ ଡ. ମୃଣାଳ ଚାଟ୍ଟାର୍ଜୀ କହିଲେ, ଅନୁଷ୍ଠାନର ଛାତ୍ରୀଛାତ୍ରମାନେ ନିଜର ପ୍ରତିଭାର ପ୍ରତିଫଳନ କରି ଦେଶ ବିଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏହି ଧାରା ଆଗକୁ ବଢ଼ାଇବାକୁ ସେ ଆହ୍ବାନ ଦେଇଥିଲେ।
ଏହି ଉପଲକ୍ଷେ ଅନୁଷ୍ଠିତ ଇଂଲିଶ ପ୍ରବନ୍ଧ ପ୍ରତିଯୋଗିତାରେ ଛାତ୍ରୀ ରୁପା କୁମାରୀ, କଲ୍ୟାଣ ଚକ୍ରବର୍ତ୍ତୀ, କୋମଲ ଯୋଷୀ ଏବଂ ଓଡ଼ିଆ ପ୍ରବନ୍ଧରେ ବିନୋଦ କୁମାର ବେହେରା, ଦେବଶ୍ରୀ ଦେବସ୍ମିତା, ପ୍ରଜ୍ଞା ନିବେଦିତା ନାୟକ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ। ସେହିପରି ଇଂଲିଶ ତର୍କରେ ଯତିନ ଗ୍ରୋଭର, ପ୍ରୀତମ କଶ୍ୟପ, କୋମଲ ଯୋଶୀ ଯଥାକ୍ରମେ ଶ୍ରେଷ୍ଠ ୩ ସ୍ଥାନ ହାସଲ କରିଛନ୍ତି। ଓଡ଼ିଆ ତର୍କରେ ରଜତ ପଣ୍ଡା ପ୍ରଥମ, ସୋନାଲି ଓଝା ଦ୍ୱିତୀୟ, ନୀଳାଦ୍ରି ନିବାସିନୀ ଦାସ ଓ ସୌମ୍ୟ ସ୍ବରୂପା ଦାସ ଯୁଗ୍ମ ଭାବେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସହାୟକ ପ୍ରଫେସର ଡ. ଜ୍ୟୋତିପ୍ରକାଶ ମହାପାତ୍ର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri