ଆଇଆଇଏମ୍‌ସିରେ ଆରମ୍ଭ ହେଲା ପାଠପଢ଼ା

ଢେଙ୍କାନାଳ ଅଫିସ,୩।୮ଢେଙ୍କାନାଳ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି)ରେ ଶୁକ୍ରବାରଠାରୁ ୨୦୧୯-୨୦ ଶିକ୍ଷାବର୍ଷ ଲାଗି ଉଭୟ ଇଂଲିଶ ଏବଂ ଓଡ଼ିଆ ସାମ୍ବାଦିକତା ସ୍ନାତକୋତ୍ତର ଡିପ୍ଲୋମା ବିଭାଗରେ ପାଠପଢ଼ା ଆରମ୍ଭ ହୋଇଛି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଶିଷ୍ଟ ଶିକ୍ଷାବିତ୍‌ ସୁବୀର ଘୋଷ କହିଲେ, ସମ୍ପ୍ରତି ସାରା ଦେଶରେ ମୂଲ୍ୟବୋଧଭିତ୍ତିକ ସାମ୍ବାଦିକତା ଜରୁରୀ ହୋଇପଡ଼ିଛି। ଏଥିପାଇଁ ପାଠ୍ୟକ୍ରମରେ ନାମ ଲେଖାଇଥିବା ଶିକ୍ଷାର୍ଥୀମାନେ ସଂକଳ୍ପ ନେବା ଆବଶ୍ୟକ। ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ ଡ. ମୃଣାଳ ଚାଟ୍ଟାର୍ଜୀ କହିଲେ, ଶିକ୍ଷକମାନେ କେବଳ ରାସ୍ତା ଦେଖାଇବେ। ସେହି ରାସ୍ତାରେ ଚାଲିବା ପିଲାମାନଙ୍କ କାମ। ଅନୁଷ୍ଠାନରେ ପାଠପଢ଼ା ସହିତ ବ୍ୟବହାରିକ ଦିଗକୁ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ଛାତ୍ରୀଛାତ୍ରମାନେ ସମୟର ଠିକ୍‌ ବିନିଯୋଗ କରିବା ଆବଶ୍ୟକ। ଦୃଢ଼ ଇଚ୍ଛାଶକ୍ତି, ନିଷ୍ଠା, ଅଭ୍ୟାସ ଦ୍ୱାରା ଜଣେ ଭଲ ସାମ୍ବାଦିକ ହୋଇପାରିବ ବାଲି ସେ ପରାମର୍ଶ ଦେଇଥିଲେ।
ପ୍ରଥମ ଦିବସରେ ଛାତ୍ରୀଛାତ୍ରମାନେ କପିଳାସ ପୀଠରୁ ରିପୋର୍ଟଂ ଜୀବନର ଆରମ୍ଭ କରିଛନ୍ତି। ସଂସ୍ଥାନ ପରିସରରେ ଅଗଷ୍ଟ ୫ରେ ଓଡ଼ିଆ ସାମ୍ବାଦିକତା ଦିବସ ପାଳନ କରାଯିବ। ଏହି ଅବସରରେ ‘ଭାରତର ସ୍ବାଧୀନତା ସଂଗ୍ରାମରେ ଭାଷାଭିତ୍ତିକ ଖବରକାଗଜ’ର ଭୂମିକା ଉପରେ ସ୍ବତନ୍ତ୍ର ବକ୍ତୃତା ପ୍ରତିଯୋଗିତା ଆୟୋଜିତ ହେବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ

ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର…

ହାତୀକୁ ଫାର୍ମହାଉସରେ ପୋତିଥିଲେ: ପଡ଼ିଗଲେଧରା, ଗଲେ ଜେଲ୍

ଢେଙ୍କାନାଳ,୨।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳରେ ଏକ ହାତୀ ମୃତଦେହକୁ ଫାର୍ମହାଉସ ଭିତରେ ପୋତିଦେଇଥିବା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଜେଲ୍‌ ପଠାଇଛି।…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri