ଆଇଆଇଏମ୍‌ସିରେ ବାୟୁ ପ୍ରଦୂଷଣ ସମ୍ପର୍କିତ କର୍ମଶାଳା:‘ସହଯୋଗ ମିଳିଲେ କମିବ ପ୍ରଦୂଷଣ’

ଢେଙ୍କାନାଳ ଅଫିସ, ୨୦ା୧୦

ଢେଙ୍କାନାଳସ୍ଥିତ ଆଇଆଇଏମ୍‌ସି ଏବଂ ଶିକାଗୋ ବିଶ୍ୱବିଦ୍ୟାଳୟ ଏନର୍ଜି ପଲିସି ଇନ୍‌ଷ୍ଟିଚ୍ୟୁଟ୍‌ର ମିଳିତ ସହଯୋଗରେ ଶୁକ୍ରବାର ବାୟୁ ପ୍ରଦୂଷଣ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଛି। ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ ବକ୍ତାଭାବେ ଯୋଗଦେଇ କହିଲେ, ସହଯୋଗ ମିଳିଲେ ବାୟୁ ପ୍ରଦୂଷଣ କମିବ। ଇ-ଯାନ ଏହାର ବିକଳ୍ପ ହୋଇପାରିବ ବୋଲି ସେ ମତବ୍ୟକ୍ତ କରିଥିଲେ।
ଅନ୍ୟତମ ବକ୍ତାଭାବେ ସାମାଜିକ କର୍ମୀ ନିରଦାନନ୍ଦ କହିଲେ, ଅତ୍ୟଧିକ ଯାନବାହନ ଚଳାଚଳ କାରଣରୁ ବାୟୁମଣ୍ଡଳରେ ଅଙ୍ଗାରକାମ୍ଳର ପରିମାଣ ବଢ଼ିବାରେ ଲାଗିଛି। ସଂରକ୍ଷିତ ଜଙ୍ଗଲରେ ବ୍ୟାପକ ଚାରା ରୋପଣ ସହ ପ୍ରଦୂଷଣ ନିରୋଧ ଆଇନକୁ କଡ଼ାକଡ଼ି କରାଗଲେ ସୁଫଳ ମିଳିବ। ଏ କ୍ଷେତ୍ରରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସଚେତନଧର୍ମୀ ଖବର ପରିବେଷଣ କରାଗଲେ ଏହା ତୃଣମୂଳସ୍ତରରେ ପହଞ୍ଚତ୍ବ ବୋଲି ସେ କହିଥିଲେ। ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ଶାଖା ମୁଖ୍ୟ ଡା. ଜଗଦାନନ୍ଦ ତ୍ରିପାଠୀ କହିଲେ, ପ୍ରଦୂଷଣ ରୋଗର କାରଣ। ନିୟମିତ ଚେକ୍‌ଅପ୍‌ କରି ନେଲେ ପ୍ରଦୂଷଣରୁ ସୃଷ୍ଟି ହେଉଥିବା ବହୁ ଜଟିଳ ରୋଗର ଉପଶମ ହୋଇପାରିବ। ପ୍ରାରମ୍ଭରେ ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ ଡା. ମୃଣାଳ ଚାଟ୍ଟାର୍ଜୀ କହିଲେ ବିଶ୍ୱର ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରେ ଭାରତର ୧୪ଟି ରହିଛି। ରାଜଧାନୀ ଦିଲ୍ଲୀ ସମେତ ରାଜ୍ୟର କଟକ, ତାଳଚେର, ଝାରସୁଗୁଡ଼ା, ବେଲପାହାଡ଼ ଭଳି ସହରରେ ପ୍ରଦୂଷଣ ଚିନ୍ତାର କାରଣ ପାଲଟିଛି। ଏ ବିଷୟରେ ସମସ୍ତେ ଚିନ୍ତା କରିବାର ବେଳ ଆସିଛି। ଏହାର ପ୍ରତିକାର ଲାଗି ବ୍ୟକ୍ତିଗତ ସ୍ତରରେ ଉଦ୍ୟମ କରିବାକୁ ପଡ଼ିବ ବୋଲି ସେ ଆହ୍ବାନ ଦେଇଥିଲେ। ଜ୍ୟୋତି ରଞ୍ଜନ ନାୟକ, ପରଂବ୍ରହ୍ମ ତ୍ରିପାଠୀ ଏୟାର କ୍ୱାଲିଟି ଲାଇଫ୍‌ ଇଣ୍ଡେକ୍ସ ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। ଶେଷରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri