ଆଇଆଇଟି ଭୁବନେଶ୍ୱରକୁ ନୂତନ ଦାୟିତ୍ୱ: ସଡ଼କ ସୁରକ୍ଷାର ଅଡିଟ୍‌ କରିବ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଏଣିକି ଯାନବାହନ ଚଳାଚଳ ଓ ସୁରକ୍ଷା ସମସ୍ୟାର ଅଡିଟ୍‌ କରିବ ଆଇଆଇଟି ଭୁବନେଶ୍ୱର । ସଂସ୍ଥା ୬ ମାସରେ ଅଡିଟ୍‌ କରି ରିପୋର୍ଟ ପ୍ରଦାନ କରିବ। ସଡ଼କ ଦୁର୍ଘଟଣା ସମୀକ୍ଷା ପରେ ବୁଧବାର ପରିବହନ ସଚିବ ଜି.ଶ୍ରୀନିବାସନ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ଇଞ୍ଜିନିୟରିଂ, ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଦୁର୍ଘଟଣା ପ୍ରବଣ ସ୍ଥାନକୁ ଚିହ୍ନଟ କରିବେ। ଚିହ୍ନଟ ହୋଇଥିବା ୫ଟି ରାସ୍ତାରେ ପାଟ୍ରୋଲିଂ କଡ଼ାକଡ଼ି କରାଯିବ। ସମ୍ବଲପୁର, ଜୟପୁର, ଝାରସୁଗୁଡ଼ାରେ ମଧ୍ୟ ଦୁର୍ଘଟଣାଗ୍ରସ୍ତଙ୍କୁ ମାଗଣାରେ ଚିକିତ୍ସା ପ୍ରଦାନ କରାଯିବ। ରାଜପଥରେ ୧୪୫୨ଟି ବ୍ଲାକ ସ୍ପଟ୍‌ ଚିହ୍ନଟ ହୋଇଛି। ଖୁବ୍‌ଶୀଘ୍ର ସେଗୁଡ଼ିକର ମରାମତି କରାଯିବ ବୋଲି ସଚିବ ସୂଚନା ଦେଇଛନ୍ତି।

ବୁଧବାର ଅନୁଷ୍ଠିତ ରାଜ୍ୟ ସଡ଼କ ସୁରକ୍ଷା ପରିଷଦ ବୈଠକରେ ସୂଚନା ଦିଆଯାଇଛି ଯେ, ରାଜ୍ୟରେ ଲାଗୁ କରାଯାଇଥିବା ନୂତନ ମୋଟର ଯାନ ଆଇନ ଦୁର୍ଘଟଣା କମାଇବାରେ ସକ୍ଷମ ହୋଇଛି। ଆଇନ ଲାଗୁ ହେବା ପରେ ଗତବର୍ଷ ତୁଳନାରେ ଚଳିତ ବର୍ଷ ୪.୫% ଦୁର୍ଘଟଣା କମିଥିବା ରିପୋର୍ଟ ପ୍ରକାଶ ପାଇଛି। ଦୁର୍ଘଟଣାରେ ମୃତ୍ୟୁ ହାର ମଧ୍ୟ ୧୨ ପ୍ରତିଶତ କମିଥିବା ରିପୋର୍ଟରେ କୁହାଯାଇଛି। ତେବେ ୨୦୧୯ ବର୍ଷ ଆରମ୍ଭରୁ ସେପ୍ଟେମ୍ବର ଯାଏ ଦୁର୍ଘଟଣାରେ ୪୧୧୫ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri