ଆଇଆର୍‌ସିଟିସିର ଓଡ଼ିଶାରୁ ପ୍ରଥମ ବିମାନ ଟୁର୍‌; ଅରୁଣାଚଳ ପ୍ରଦେଶ ବୁଲିବେ ଯାତ୍ରୀ

ଭୁବନେଶ୍ୱର, ୭ା୧୧ (ବ୍ୟୁରୋ) ଆଇଆର୍‌ସିଟିସି ଓଡ଼ିଶାରୁ ପ୍ରଥମ କରି ଅରୁଣାଚଳ ପ୍ରଦେଶକୁ ବିମାନ ଟୁର୍‌ ବ୍ୟବସ୍ଥା କରିଛି। ଉତ୍ତର-ପୂର୍ବର ‘ସପ୍ତ ଭଗିନୀ’ ରାଜ୍ୟ ଭିତରୁ ଅରୁଣାଚଳ ପ୍ରଦେଶ ନିଜ ସୌନ୍ଦର୍ଯ୍ୟରେ ହଜାର ହଜାର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଅରୁଣାଚଳ ପ୍ରଦେଶର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ବୁଲାଇବା ଲାଗି ୭ଦିନିଆ ଟୁର୍‌ ପ୍ୟାକେଜ୍‌ କରାଯାଇଛି। ଯାତ୍ରୀମାନେ ଭାଲୁକପୁଙ୍ଗ, ଡିରାଙ୍ଗ, ତାଓ୍ବଙ୍ଗ, ବୋମଡିଲା, ଗୁଆହାଟ୍ଟୀର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ବୁଲିପାରିବେ। ସେହିପରି ଅର୍କିଡ ପାରାଡାଇଜ, ଉଷ୍ମ ପ୍ରସ୍ରବଣ, ସେଲା ପାସ, ଗୋଲ୍ଡେନ ନାମଗ୍ୟେଲ ହାଟସେ ମଠ ଭ୍ରମଣ ସହ ବୋମଡିଲା ମଠରେ ରାତ୍ରିଯାପନ ଆଦି ସୁବିଧା ଉପଭୋଗ କରିପାରିବେ। ୩୦ହଜାର ଟଙ୍କାରୁ ୪୩ହଜାର ଟଙ୍କା ପର୍ଯ୍ୟନ୍ତ ସୁବିଧା ଅନୁସାରେ ଯାତ୍ରା ଭଡ଼ା ସ୍ଥିର କରାଯାଇଛି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ଯାତ୍ରା ଆରମ୍ଭ ହେବ। ଯାତ୍ରୀମାନେ ଭୁବନେଶ୍ୱରରୁ ଇଣ୍ଡିଗୋ ବିମାନ ଯୋଗେ ଗୁଆହାଟ୍ଟୀ ଯିବେ। ସେଠାରୁ ଆଇଆର୍‌ସିଟି ଟୁର୍‌ ଯୋଜନା ଅନୁସାରେ ଯାତ୍ରୀଙ୍କୁ ବୁଲାଇବ। ଆସନ୍ତା ବର୍ଷ ମାର୍ଚ୍ଚ ୨୭ରୁ ଏହି ଯାତ୍ରା ଆରମ୍ଭ ହୋଇ ଏପ୍ରିଲ ୨ ତାରିଖରେ ସରିବ। ଯାତ୍ରୀମାନେ ଅଧିକ ସୂଚନା ସକାଶେ ଆଇଆର୍‌ସିଟିସି ଓ୍ବେବସାଇଟ (www.irctctourism.com)ରେ ଯୋଗାଯୋଗ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri