Posted inରାଜ୍ୟ

ଆଇଏଏସ୍‌ ଅଫିସର ଶ୍ରୀମନ୍ଦିର ପରିଚାଳନା କରିବା ଠିକ୍‌ ନୁହେଁ: ବାହିନୀପତି

ପୁରୀ ଅଫିସ,୧୭ା୭:  ଶ୍ରୀମନ୍ଦିରକୁ ଆଇଏଏସ୍‌ ଅଫିସର ତଥା ଅମଲାତନ୍ତ୍ର ପରିଚାଳନା କରିବା ଠିକ୍‌ ନୁହେଁ। ଏହି ବ୍ୟବସ୍ଥାକୁ ପରିବର୍ତ୍ତନ କରାଯିବା ଦରକାର ବୋଲି କହିଛନ୍ତି ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି। ମଙ୍ଗଳବାର ଗୋବର୍ଦ୍ଧନ ମଠରେ ଆୟୋଜିତ ଗୁରୁପୂର୍ଣ୍ଣିମା ମହୋତ୍ସବରେ ଯୋଗଦେଇ ବାହିନୀପତି କହିଥିଲେ, ନିକଟରେ ଭିଲାଇ ଗସ୍ତବେଳେ ସେଠାକାର ଜଗନ୍ନାଥ ମନ୍ଦିରକୁ ଯାଇଥିଲି। ଠାକୁରଙ୍କୁ ଦର୍ଶନ କରିବା ସହିତ ପ୍ରସାଦ ସେବନର ସୁଯୋଗ ମଧ୍ୟ ପାଇଲି। ବହୁ ଓଡ଼ିଆ ମୋତେ ଏକ ପ୍ରଶ୍ନ କରିଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କଠାରୁ କେହି ବଡ଼ ନୁହେଁ। ସେହିପରି ଧର୍ମଗୁରୁ ଭାବେ ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କଠାରୁ ମଧ୍ୟ କେହି ବଡ଼ ନୁହେଁ। କିନ୍ତୁ ଆଇଏଏସ୍‌ ଅଫିସର ତଥା ଅମଲାମାନେ ଶ୍ରୀମନ୍ଦିର ପରିଚାଳନା କରୁଛନ୍ତି, ଯାହା ଠିକ୍‌ ନୁହେଁ। ପୂର୍ବରୁ ଗଜପତି ମହାରାଜା ଏବଂ ଶଙ୍କରାଚାର୍ଯ୍ୟ ପରିଚାଳନା କରୁଥିଲେ। ବର୍ତ୍ତମାନ ଯେଉଁ ପରିବର୍ତ୍ତନ କରାଯାଇଛି ସେଥିରେ ହସ୍ତକ୍ଷେପ କରିବା ଲାଗି ବାହିନୀପତି ରାଜ୍ୟପାଳଙ୍କୁ ନିବେଦନ କରିଥିଲେ। ବାହିନୀପତି ଏହା ମଧ୍ୟ କହିଥିଲେ, ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ବିଶ୍ୱର ଠାକୁର। ସେହିପରି ଜଗତଗୁରୁ ଶଙ୍କରାଚାର୍ଯ୍ୟ ହେଉଛନ୍ତି ବିଶ୍ୱର ଗୁରୁ। ବିଶ୍ୱକୁ ରକ୍ଷା କରିବା ଲାଗି ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ଜଗନ୍ନାଥ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଥାନ୍ତି। ଅନ୍ୟପକ୍ଷରେ ଗୋ ଚାଲାଣ ସମ୍ପର୍କରେ ଉଦ୍‌ବେଗ ପ୍ରକାଶ କରି ବାହିନୀପତି କହିଥିଲେ, କୋରାପୁଟ ଜିଲାରୁ ପ୍ରତ୍ୟେକ ଦିନ ହଜାର ହଜାର ଗୋ ମାତାଙ୍କୁ ଆନ୍ଧ୍ରପ୍ରଦେଶ ଚାଲାଣ କରାଯାଉଛି । ତେଣୁ ଏ ଦିଗରେ ସମସ୍ତେ ଯତ୍ନବାନ ହେଲେ ଗୋ ମାତାଙ୍କ ସୁରକ୍ଷା ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri