ଆଇଏଏସ୍‌ ବିଜୟ କେତନ ଗିରଫ ମାମଲା: ଜାମିନ ଖାରଜ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସ ବିଜୟ କେତନ ଉପାଧ୍ୟାୟଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ସୋମବାର ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ତାଙ୍କ ଜାମିନକୁ ଖାରଜ କରି ଦେଇଛନ୍ତି। ଏହାକୁ ମିଶାଇ ଭିଜିଲାନ୍ସ କୋର୍ଟ ଦୁଇଥର ତାଙ୍କର ଜାମିନକୁ ଖାରଜ କଲେଣି। ସୋମବାର ବିଜୟଙ୍କ ଜାମିନର ଶୁଣାଣିଥିବା ବେଳେ ସେ ଝାରପଡା ଜେଲରୁ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ କୋର୍ଟରେ ହାଜର ହୋଇଥିଲେ। ଏହାପରେ ଜଜ୍‌ ତାଙ୍କ ଜାମିନ ନେଇ ଶୁଣାଣି ଆରମ୍ଭ କରିଥିଲେ। ସରକାରୀ ଓକିଲ ହେମନ୍ତ କୁମାର ସ୍ବାଇଁ ଜଜ୍‌ଙ୍କ ନିକଟରେ ଯୁକ୍ତି କରିଥିଲେ ଯେ, ଏଭଳି ହାଇପ୍ରୋଫାଇଲ୍‌ ମାମଲାରେ ଅଭିଯୁକ୍ତଙ୍କୁ ଜାମିନ ଦିଆ ନ ଯାଉ। ସରକାର ଦୁର୍ନୀତିକୁ ଜିରୋ ଟ୍ରଲରାନ୍ସ ଭାବେ ନେଉଥିବା ବେଳେ ଏଭଳି ଜଣେ ଦୁର୍ନୀତିଗ୍ରସ୍ତ ଆଇଏଏସ୍‌ ଅଫିସରଙ୍କୁ ଜାମିନ ଦେଲେ ଅନ୍ୟମାନେ ଏଭଳି କାର୍ଯ୍ୟ କରିବାକୁ ସାହସ ଜୁଟାଇବେ। ଏହାସହ ଏଭଳି ଅଧିକାରୀଙ୍କ ପାଇଁ ସରକାରଙ୍କ ଜନହିତକର କାର୍ଯ୍ୟ ବାଟମାରଣା ହେଉଛି। ଯେହେତୁ ତଦନ୍ତ ଚାଲିଛି, ଅଭିଯୁକ୍ତଙ୍କୁ ଜାମିନ ଦେଲେ ସେ ବାହାରକୁ ବାହାରି ସାକ୍ଷୀମାନଙ୍କୁ ପ୍ରଭାବିତ କରିବା ସହ ପ୍ରମାଣ ନଷ୍ଟ କରିବାର ଯଥେଷ୍ଟ ସମ୍ଭାବନା ରହିଛି। ତେଣୁ ଏଭଳି ସମ୍ବେଦନଶୀଳ ମାମଲାରେ ଅଭିଯୁକ୍ତଙ୍କୁ ଜାମିନ ଦିଆନଯାଉ ବୋଲି ସ୍ବାଇଁ ଜଜ୍‌ଙ୍କ ନିକଟରେ ଯୁକ୍ତି ରଖିଥିଲେ। ଜଜ୍‌ ସବୁଦିଗକୁ ଅନୁଧ୍ୟାନ କରି ଅପରାହ୍ନ ୨ଟା ସମୟରେ ମାମଲାର ଶୁଣାଣି କରି ଜାମିନ ଆବେଦନକୁ ଖାରଜ କରିଦେଇଥିଲେ। ଏଥିଯୋଗୁ ନିରାଶ ହୋଇଛନ୍ତି ବିଜୟ। ସେ ବର୍ତ୍ତମାନ ଝାରପଡା ଜେଲରେ ରହିବେ। ଏପରିକି ପୁଣି ଜାମିନ ପାଇଁ ହାଇକୋର୍ଟ ଯିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri