ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଦୁର୍ନୀତି: ୫୭୦ କୋଟି ଜବତ;ପ୍ରଥମଥର ଚାର୍ଜଶିଟ୍‌ ଫାଇଲ କଲା ଇଡି

ନୂଆଦିଲ୍ଲୀ,୧୮-୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ମାମଲାରେ ପ୍ରଥମଥର ଚାର୍ଜଶିଟ୍‌ ଦାଖଲ କରିଛି। ଏହି ମାମଲାରେ ଇଡି ୫୭୦ କୋଟି ଟଙ୍କାର ସମ୍ପତ୍ତିକୁ ଜବତ କରିଥିବା ଶନିବାର ପ୍ରକାଶ କରିଛି। ଯାଞ୍ଚ ଏଜେନ୍ସି ପକ୍ଷରୁ ଦାଏର ଚାର୍ଜଶିଟ୍‌ରେ ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଗ୍ରୁପ୍‌ କମ୍ପାନୀଙ୍କ କେତେକ ପୂର୍ବତନ ନିର୍ଦ୍ଦେଶକ,ବ୍ୟବସାୟୀ ସି.ଶିବଶଙ୍କରନ ଓ ଅନ୍ୟ ମାନଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଅଣାଯାଇଛି। ମୁମ୍ବାଇସ୍ଥିତ ପିଏମ୍‌ଏଲ୍‌ଏ କୋର୍ଟରେ ଏହି ଅଭିଯୋଗ ଫର୍ଦ୍ଦ ଦାଏର ହୋଇଛି। ଇଡି ପକ୍ଷରୁ କୁହାଯାଇଛି ଯେ, ଦିଲ୍ଲୀ, ମୁମ୍ବାଇ,ଚେନ୍ନାଇ, ବ୍ରସେଲ୍ସ ଓ ବେଲ୍‌ଜିୟମରେ ଥିବା ସ୍ଥାବର ସମ୍ପତ୍ତିକୁ ଜବତ କରାଯାଇଛି। ଏହି ସମ୍ପତ୍ତି ସବୁ ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ର ପୂର୍ବତନ ନିର୍ଦ୍ଦେଶକ ରମେଶ ବାଓ୍ବା, ହରି ଶଙ୍କରନ, ଅରୁଣ ସାହା ଓ ରାମଚନ୍ଦ୍ର କରୁଣାକରଣଙ୍କ କମିଟି ସମ୍ପର୍କିତ କମର୍ସିିଆଲ ଓ ରେସିଡେନ୍ସିଆଲ ସମ୍ପତ୍ତି ରହିଛି। ସାହା ଓ କରୁଣାକରଣଙ୍କୁ ଇଡି ପୂର୍ବରୁ ଗିରଫ କରିସାରିଛି। ଏୟାରସେଲ ପ୍ରତିଷ୍ଠାତା ସି.ଶିବଶଙ୍କରଣଙ୍କ ବହୁ ଅସ୍ଥାବର ସମ୍ପତ୍ତି ଓ ବ୍ୟାଙ୍କ ଆକାଉଣ୍ଟକୁ ଇଡି ଜବତ କରିଛି। ଏଗୁଡ଼ିକ ତାଙ୍କ ପରିବାର ଓ ସଦସ ଏବଂ ଗ୍ରୁପ୍‌ କମ୍ପାନୀଙ୍କ ନାମରେ ରହିଛି। ଇଡି ଚାର୍ଜଶିଟ୍‌ ଅନୁଯାୟୀ ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଗ୍ରୁପ୍‌ ଅଧିକାରୀମାନେ କମିଶନ ନେଇ ଶିବଶଙ୍କରନଙ୍କ ଶିବା ଗ୍ରୁପ୍‌କୁ ଫାଇଦା ଦେଉଥିଲେ। ଶିବା ଗ୍ରୁପ୍‌ ଉପରେ ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଗ୍ରପ୍‌ର ୪୯୪ କୋଟି ଟଙ୍କା ବକେୟା ଋଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri