ଆଇଏସ୍‌ବି ପକ୍ଷରୁ ପିଜିପି ୱାଇଏଲ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅଗ୍ରଣୀ ମ୍ୟାନେଜମେଣ୍ଟ କଲେଜ ଇଣ୍ଡିଆନ ସ୍କୁଲ ଅଫ୍‌ ବିଜ୍‌ନେସ୍‌ ବା ଆଇଏସ୍‌ବିର ନୂତନ ପାଠ୍ୟକ୍ରମ ‘ପିଜିପି ୱାଇଏଲ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ୨୦୨୫ ମଧ୍ୟଭାଗରେ ଆରମ୍ଭ ହେଉଥିବା ଏହି ଅଭିନବ ଓ ଅତ୍ୟାଧୁନିକ ପାଠ୍ୟକ୍ରମ ମାଧ୍ୟମରେ ଏକ ବିସ୍ତୃତ ଶିକ୍ଷା ଅନୁଭୂତି ପ୍ରଦାନ କରାଯିବ। ସେହିଭଳି ଏହି ପାଠ୍ୟକ୍ରମକୁ ଦ୍ରୁତ ବିକଶିତ ବ୍ୟବସାୟିକ ପରିଦୃଶ୍ୟ ଓ ଟେକ୍ନୋଲୋଜି ଉଦ୍ଭାବନଗୁଡିକର ଏକ ପ୍ରତିକ୍ରିୟା ଭାବେ ଡିଜାଇନ କରାଯାଇଛି। ଏପରିକି ଛାତ୍ରୀଛାତ୍ରମାନଙ୍କ ସୀମିତ କାର୍ଯ୍ୟ ଅଭିଜ୍ଞତାକୁ ଦୃଷ୍ଟିରେ ରଖି ପିଜିପି ୱାଇଏଲ୍‌ ପାଠ୍ୟକ୍ରମକୁ ବିଜ୍‌ନେସ୍‌ ଡିଜାଇନ ଲ୍ୟାବ୍‌ ଓ ଏକ ଇନୋଭେଶନ ଲ୍ୟାବ୍‌ ସମେତ ଗୁରୁତ୍ୱପୂର୍ଣ୍ଣ ଅନୁଭୂତିଶୀଳ ଶିକ୍ଷା ଉପାଦାନଗୁଡିକୁ ଅନ୍ତର୍ଭୁକ୍ତ କରିବା ପାଇଁ ଡିଜାଇନ କରାଯାଇଛି। ଏହାଛଡା ଛାତ୍ରୀଛାତ୍ରମାନଙ୍କୁ ଏକ ବାଧ୍ୟତାମୂଳକ ଦୁଇ-ମାସିଆ ସମର ଇଣ୍ଟର୍ନଶିପ୍‌ ସମ୍ପୂର୍ଣ୍ଣ କରିବାକୁ ପଡିବ,ଯାହା ସେମାନଙ୍କୁ ବିଭିନ୍ନସ୍ଥିତିରେ ବ୍ୟବସାୟିକ ପରିବେଶ ପ୍ରତି ପ୍ରାକ୍ଟିକାଲ ଏକ୍ସପୋଜର ପ୍ରଦାନ କରିବ। ପିଜିପି ୱାଇଏଲ୍‌ ପ୍ରୋଗ୍ରାମରେ ଛାତ୍ରୀଛାତ୍ରମାନଙ୍କୁ ଆଇଏସ୍‌ବି ଓ ଅନ୍ୟ ଶୀର୍ଷ ଇଣ୍ଟରନ୍ୟାଶନାଲ ବି-ସ୍କୁଲଗୁଡିକରୁ ପ୍ରତିଷ୍ଠିତ ଅଧ୍ୟାପକଙ୍କ ଦ୍ୱାରା ଶିକ୍ଷା ପ୍ରଦାନ କରାଯିବ।
ଏ ସମ୍ପର୍କରେ ଆଇଏସ୍‌ବିର ଡିନ୍‌ ପ୍ରଫେସର ମଦନ ପିଲୁଟ୍‌ଲା କହିଛନ୍ତି, ୨୦୦୧ ରେ ଆମର ଆରମ୍ଭ ପରଠାରୁ ଆଇଏସ୍‌ବି ଭାରତ ଓ ସମଗ୍ର ବିଶ୍ୱ ପାଇଁ ଲିଡର ସୃଷ୍ଟି କରିବା ଲାଗି ବିଶ୍ୱସ୍ତରୀୟ ମ୍ୟାନେଜମେଣ୍ଟ୍‌ ଶିକ୍ଷା ପ୍ରଦାନ କରିଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ

ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ…

ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍‌ଏଲ୍‌ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?