ଆଇଏସ୍‌ ମୁଖ୍ୟ ବଗଦାଦି ୩ ସନ୍ତାନଙ୍କ ସହିତ ନିଜକୁ ଆତ୍ମଘାତୀ ଜ୍ୟାକେଟ୍‌ରେ ଉଡ଼ାଇଲେ: ଟ୍ରମ୍ପ୍‌

ଓ୍ବାଶିଂଟନ,୨୮।୧୦: ଇସଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ସଂଗଠନ ମୁଖ୍ୟ ଅବୁ ବକର ଅଲ୍‌ ବଗଦାଦି ୩ ସନ୍ତାନଙ୍କ ସହିତ ନିଜକୁ ଆତ୍ମଘାତୀ ଜ୍ୟାକେଟ୍‌ରେ ଉଡ଼ାଇଛନ୍ତି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୂଚନା ଦେଇଛନ୍ତି। ସିରିଆରେ ହୋଇଥିବା ଆମେରିକା ସୈନ୍ୟ ବାହିନୀ ପକ୍ଷରୁ ଏହି ଅପରେଶନ୍‌ରେ ବହୁ ଆଇଏସ୍‌ କମାଣ୍ଡର ଓ ସଦସ୍ୟଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ଟ୍ରମ୍ପ୍‌ ଟୁଇଟ୍‌ କରି କହିଛନ୍ତି। ଏକ ଗୁମ୍ଫା ମଧ୍ୟରେ ବଗଦାଦି ଥିବାବେଳେ ଏହାକୁ ଆମେରିକା ସୈନ୍ୟ ଘେରି ଯାଇଥିଲେ। ଗୁମ୍ଫା ଭିତରକୁ ଡଗ୍‌ ସ୍କ୍ବାଡ୍‌କୁ ପଠାଯାଇଥିଲା। କୁକୁରମାନେ ବଗଦାଦିଙ୍କୁ ଗୋଡ଼ାଇଥିଲେ। ବଗଦାଦି ନିଜ ୩ ସନ୍ତାନଙ୍କ ସହିତ ଗୁମ୍ଫାରେ ଦୌଡ଼ିଥିଲେ। ତେବେ ଶେଷରେ କୌଣସି ଉପାୟ ନ ପାଇ ସେ ଏକ ଆତ୍ମଘାତୀ ଜ୍ୟାକେଟ୍‌ରେ ସନ୍ତାନଙ୍କ ସହିତ ନିଜକୁ ଉଡ଼ାଇଦେଇଥିଲେ ବୋଲି ଟ୍ରମ୍ପ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri