ଆଇଏସ୍‌ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍‌

ନୂଆଦିଲ୍ଲୀ/କାଠମାଣ୍ଡୁ, ୧୩।୬: ଆତଙ୍କବାଦ ବିରୋଧରେ ଭାରତ ସ୍ବତନ୍ତ୍ର ଯୋଜନା ଉପରେ କାର୍ଯ୍ୟଧାରା ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବେ ଜମ୍ମୁ-କଶ୍ମୀର ବାଟେ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ ନ କରି ନେପାଳ ସୀମାରେ ଲଶ୍କର ମଡ୍ୟୁଲ୍‌ ଉପରେ ନୂଆ ଯୋଜନା କରୁଥିବା କୁହାଯାଉଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭାରତ-ନେପାଳ ସୀମାରେ ଆଇଏସ୍‌ଆଇ ପକ୍ଷରୁ ସ୍ଲିପର ସେଲ୍‌ ଗଠନ ପାଇଁ କମାଣ୍ଡର ଓମାର ସମସ ଓରଫ୍‌ ଓମର ମଦନିଙ୍କୁ ଦାୟିତ୍ୱ ଦିଆଯାଇଛି। ନେପାଳର ତରାଇ ଅଞ୍ଚଳରେ ମୁସଲମାନ୍‌ ଯୁବକଙ୍କ ବ୍ରେନ୍‌ଓ୍ବାଶ୍‌ କରାଯାଇ ସେମାନଙ୍କୁ ପାକିସ୍ତାନରେ ଟ୍ରେନିଂ ଦେବାକୁ ପଠାଇବାର ଯୋଜନା କରାଯାଉଛି। ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ ସହିତ ଜଡିତ ଥିବା ମଦନି ଏଠାରେ ନେପାଳ ଏଜୁକେଶନ୍‌ ଆଣ୍ଡ୍‌ ଓ୍ବେରଫେୟାର ସୋସାଇଟି ସହାୟତାରେ ଭାରତ ବିରୋଧୀ କାର୍ଯ୍ୟ କଳାପ ଜାରି ରଖିଛି। ଭାରତ ନେପାଳ ମଧ୍ୟରେ ଥିବା ଏକ ହଜାର ୭ଶହ ୫୧ କିଲୋମିଟରର ଦୀର୍ଘ ସୀମାର ଉପଯୋଗ କରିବା ପାଇଁ ଆଇଏସ୍‌ଆଇ ଯୋଜନା କରିଥିବା ଗୋଇନ୍ଦା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଟିମକୁ…

ଯୁଦ୍ଧ ଶେଷ କରିବାକୁ ରାଜି ହେଲେ ଇରାନର ସର୍ବୋଚ୍ଚ ନେତା! କହିଦେଲେ ଏମିତି…ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୪।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧର ୨୫ତମ ଦିନ। ଉଭୟ ପକ୍ଷ ଦ୍ରୁତ ଆକ୍ରମଣ ଜାରି ରଖିଥିବାବେଳେ ଯୁଦ୍ଧ ଶେଷ କରିବା…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

୭.୬ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ: ସୁନାମି ଚେତାବନୀ ଜାରି

ନୂଆଦିଲ୍ଲୀ,୨୪।୩: ଓସେନିଆର ଟୋଙ୍ଗା ଅଞ୍ଚଳ ନିକଟରେ ନିଆଫୁରେ ଏକ ଶକ୍ତିଶାଳୀ ୭.୬ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ। ଆମେରିକାର ଭୂତତ୍ତ୍ୱ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri