Posted inଖେଳ

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌: ଅଭିଷେକଙ୍କୁ ସ୍ବର୍ଣ୍ଣ, ସୌରଭଙ୍କୁ ବ୍ରୋଞ୍ଜ

ରିଓ ଡି’ ଜାନିରୋ,୩୦।୮: ଏଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ଶୁଟିଂ ବିଶ୍ୱକପ୍‌ର ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତକୁ ଆଉ ଏକ ସ୍ବର୍ଣ୍ଣ ସହ ବ୍ରୋଞ୍ଜ ପଦକ ମିଳିଛି। ପୁରୁଷ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଅଭିଷେକ ବର୍ମା ସ୍ବର୍ଣ୍ଣ ପଦକ ଜିତିଛନ୍ତି। ୮ ଜଣିଆ ଫାଇନାଲରେ ବର୍ମା ସର୍ବାଧିକ ୨୪୪.୨ ସ୍କୋର କରି ପୋଡିୟମ୍‌ର ଶୀର୍ଷ ସ୍ଥାନ ହାସଲ କରିଥିଲେ। ଏହି ଇଭେଣ୍ଟରେ ଭାରତକୁ ଦ୍ୱିତୀୟ ପଦକ ଆଣି ଦେଇଛନ୍ତି ସୌରଭ ଚୌଧାରୀ। ସେ ୨୨୧.୯ ସ୍କୋର କରି ବ୍ରୋଞ୍ଜ ପଦକ ହାତେଇଛନ୍ତି। ତୁର୍କୀର ଇସମାଇଲ କେଲେସ (୨୪୩.୧)ଙ୍କୁ ରୌପ୍ୟ ପଦକ ମିଳିଛି। ଉଭୟ ବର୍ମା ଓ ଚୌଧାରୀ ଗତ ବିଶ୍ୱକପ୍‌ ଇଭେଣ୍ଟରେ କୋଟା ହାତେଇଥିଲେ। ସର୍ବାଧିକ ୨ ସ୍ବର୍ଣ୍ଣ, ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ସହ ଭାରତ ପଦକ ତାଲିକାରେ ଶୀର୍ଷରେ ରହିଛି। ଏଥିପୂର୍ବରୁ ଇଲାଭେନିଲ ଭଲାରିଭାନ ମହିଳା ୧୦ ମି. ଏୟାର ରାଇଫଲ ଇଭେଣ୍ଟରେ ଦେଶ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ଜିତିଥିଲେ। ତାଙ୍କ ପରେ ସଞ୍ଜୀବ ରାଜପୁତ ୫୦ ମି. ରାଇଫଲ ୩ ପୋଜିଶନରେ ରୌପ୍ୟ ଜିତି ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?