ଆଇଟମ୍‌ ସଙ୍ଗକୁ ନେଇ କ’ଣ କହିଲେ କ୍ରିତି

ମୁମ୍ବାଇ: ବଲିଉଡରେ ଖୁବ୍‌ କମ୍‌ ସମୟ ପାଇଁ ନଜର ଆସିଥିଲେ ବି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ନାୟିକା କ୍ରିତି ସାନନ୍‌। ଆଇଟମ୍‌ ସଙ୍ଗରେ ସେ ଦର୍ଶକଙ୍କ ମନ ଜିଣିଛନ୍ତି। ନିକଟରେ ଏକ ସାକ୍ଷାତ୍‌କାରରେ ତାଙ୍କୁ ଆଇଟମ୍‌ ସଙ୍ଗ ଉପରେ କିଛି ପ୍ରଶ୍ନ କରାଯିବାରୁ ସେ ବଡ ଚମତ୍କାର ଢଙ୍ଗରେ ଏହାର ଉତ୍ତର ରଖିଛନ୍ତି। କ୍ରିତି କହିଛନ୍ତି ଆଇଟମ୍‌ ସଙ୍ଗ ଫିଲ୍ମରେ ମନୋରଞ୍ଜନ ଦେଇଥାଏ। ଏହା ଫିଲ୍ମର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। କାରଣ ଆଇଟମ୍‌ ସଙ୍ଗ ହେଉଛି ପ୍ରକୃତ ମନୋରଞ୍ଜନ। ଦର୍ଶକେ ଏହାକୁ ବେଶ୍‌ ପସନ୍ଦ ମଧ୍ୟ କରନ୍ତି। ତେଣୁ ଏହାକୁ ନେଇ ଜଣେ ଅଭିନେତା ବା ଅଭିନେତ୍ରୀଙ୍କ ଦକ୍ଷତା ଉପରେ କାହିଁକି ପ୍ରଶ୍ନ କରାଯାଏ ତାହା ଆଶ୍ଚର୍ଯ୍ୟର କଥା ବୋଲି ସେ କହିଛନ୍ତି। କ୍ରିତିଙ୍କ କହିବା କଥା ହେଲା ଯେତେବେଳେ ଜଣେ ନାୟିକା ସେହି ଗୀତରେ ପରଫର୍ମ କରୁଛନ୍ତି ସେତେବେଳେ ତାକୁ ଆଇଟମ୍‌ ସଙ୍ଗ କହିଁକି କୁହାଯାଉ ନାହିଁ। ଏମିତିକି ୩ଖାଁଙ୍କ ନାଁ ନେଇ କ୍ରିତି କହିଛନ୍ତି ମଜାଦାର ସଙ୍ଗରେ ଏମାନଙ୍କ ଅଭିନୟକୁ ମଧ୍ୟ ଦର୍ଶକେ କାହିଁକି ଆଇଟମ୍‌ କୁହନ୍ତିନି ତାହା ବି ବଡ ଆଶ୍ଚର୍ଯ୍ୟଜନକ କଥା। ହେଲେ ଯାହା ବି ହେଉ ‘କଳଙ୍କ’ ମୁଭିରେ କ୍ରିତିଙ୍କ ଆଇଟମ୍‌ ନମ୍ବର ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ଆଗକୁ ମଧ୍ୟ ସେ ଏପରି ଆଇଟମ୍‌ ସଙ୍ଗ କରିପାରନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri