ଆଇଟିରେ ନିବେଶ ପାଇଁ ଆମନ୍ତ୍ରଣ କଲେ ମନ୍ତ୍ରୀ

ଭୁବନେଶ୍ୱର, ୧୮।୯(ବ୍ୟୁରୋ): ତେଲଙ୍ଗାନା ସରକାରଙ୍କ ପକ୍ଷରୁ ହାଇଦ୍ରାବାଦଠାରେ ଶନିବାର ସପ୍ତମ ଡିଜିଟାଲ ଟ୍ରାନ୍ସଫର୍ମେଶନ କନ୍‌କ୍ଲେଭ୍‌ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶାର ଇଲେକ୍ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସହ ଆଇଟି କ୍ଷେତ୍ର ସହ ଜଡ଼ିତ ୧୫ ରାଜ୍ୟର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ଏହି ଅବସରରେ ମନ୍ତ୍ରୀ ବେହେରା ଉପସ୍ଥିତ ପ୍ରତିନିଧିଙ୍କୁ ନୂଆ ଆଇଟି ନୀତି ଏବଂ ଆଇଟି ଇକୋସିଷ୍ଟମକୁ ବିକଶିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଅବଗତ କରାଇଥିଲେ। ମନ୍ତ୍ରୀ କହିଥିଲେ, ଓଡ଼ିଶା ଗତ କିଛିବର୍ଷ ମଧ୍ୟରେ ଆଇଟି କ୍ଷେତ୍ରର ବିକାଶ ପାଇଁ ଅନେକ ଆଖିଦୃଶିଆ ପଦକ୍ଷେପ ନେଇଛି। ରାଜ୍ୟରେ ବହୁ ଆଇଟି କମ୍ପାନୀ ପୁଞ୍ଜି ନିବେଶ କରିଥିବାବେଳେ ଆହୁରି ଅନେକ କମ୍ପାନୀ ଏଥିପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। ଏଠାରେ ବହୁ ଦକ୍ଷ ଆଇଟି ବୃତ୍ତିଧାରୀ ରହିଥିବାରୁ ଓଡ଼ିଶାରେ ଏହି କ୍ଷେତ୍ରରେ ନିବେଶ ପାଇଁ ବ୍ୟାପକ ସୁଯୋଗ ରହିଛି ବୋଲି ସେ ପ୍ରକାଶ କରିଥିଲେ। ଏହି ଅବସରରେ ମନ୍ତ୍ରୀ ବିଭିନ୍ନ ରାଜ୍ୟରୁ ଆସିଥିବା ଆଇଟି ଅଧିକାରୀ ଓ ପ୍ରତିନିଧିଙ୍କୁ ଭେଟିବା ସହ ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଆମନ୍ତ୍ରଣ କରିଥିଲେ। ଏଥିପାଇଁ ଓଡ଼ିଶା ସରକାର ସବୁ ପ୍ରକାର ସହଯୋଗ କରିବାକୁ ପ୍ରସ୍ତୁତ ଅଛନ୍ତି ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ମନ୍ତ୍ରୀଙ୍କ ଏହି ଗସ୍ତ ଓଡ଼ିଶାର ଆଇଟି କ୍ଷେତ୍ରକୁ ଅଧିକ ପ୍ରଶସ୍ତ କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri