Posted inଖେଳ

ଆଇଡବ୍ଲ୍ୟୁଏଫ୍‌କୁ କ୍ଷତିପୂରଣ ମାଗିବେ ସଞ୍ଜିତା

ନୂଆଦିଲ୍ଲୀ, ୬ା୬ (ପି.ଟି.)-ଦୀର୍ଘ ଦିନ ଧରି ଚାଲିଥିବା ଡୋପ୍‌ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇବାରେ ବିଳମ୍ବ ଘଟିଥିବାରୁ ଦୁଇଥର ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା କେ. ସଞ୍ଜିତା ଚାନୁ ମାନସିକ ଯନ୍ତ୍ରଣାର ଶିକାର ହୋଇଛନ୍ତି। ଏଥିପାଇଁ ଅନ୍ତର୍ଜାତୀୟ ଭାରୋତ୍ତୋଳନ ମହାସଂଘ (ଆଇଡବ୍ଲ୍ୟୁଏଫ୍‌)ଠାରୁ ସେ କ୍ଷତିପୂରଣ ଚାହିଁଛନ୍ତି। ୨୦୧୭ ନଭେମ୍ବରରେ ଆନାବୋଲିକ୍‌ ଷ୍ଟେରଏଡ୍‌ ଟେଷ୍ଟୋଷ୍ଟେରନ ଦ୍ରବ୍ୟ ପାଇଁ ଡୋପ୍‌ ଟେଷ୍ଟରେ ଧରାପଡ଼ିଥିଲେ। ଶୁଣାଣି ବେଳେ ଉପସ୍ଥିତ ଥିବା ଚାନୁଙ୍କ ଭାଇ ବିଜେନ କୁମାର ଖୁମୁକ୍‌ଚାମ୍‌ କହିଛନ୍ତି, ଆଇଡବ୍‌ଲ୍ୟୁଏଫ୍‌ ପ୍ରତିଯୋଗିତାରେ ଭାଗ ନେବା ଲାଗି ଅନୁମତି ଦେଇଥିବାରୁ ମାମଲାର ଅନ୍ତ ଘଟିଛି ବୋଲି ଆମ ମନରେ ଧାରଣା ସୃଷ୍ଟି ହୋଇଥିଲା। କିନ୍ତୁ ନିକଟରେ ଆମେ ଅର୍ଜୁନ ପୁରସ୍କାର ପାଇଁ ଆବେଦନ କରିବାରୁ ଡୋପ୍‌ ମାମଲା ତୁଟି ନ ଥିବାରୁ ନାମ ସୁପାରିସ କରାଯାଇପାରିବ ନାହିଁ ବୋଲି ଭାରତୀୟ ମହାସଂଘ କହିିଥିଲା। ତେଣୁ ଆମେ କ୍ଷତିପୂରଣ ଦାବି କରିବାକୁ ନିଷ୍ପତ୍ତି ନେଇଛି। ବହୁଦିନ ଧରି ଏହି ମାମଲା ଚାଲିଥିବାରୁ କେବଳ ଆର୍ଥିକ ନୁହେଁ ମାନସିକ ଯନ୍ତ୍ରଣାର ସାମ୍ନା କରିବାକୁ ପଡ଼ୁଛି। ଡୋପ୍‌ ଟେଷ୍ଟରେ ଧରାପଡ଼ିବା ପରେ ସଞ୍ଜିତାଙ୍କୁ ୨୦୧୮ ମେ’ରୁ ୨୦୧୯ ଜାନୁୟାରୀ ୨୨ ପର୍ଯ୍ୟନ୍ତ ୯ମାସ ସାମୟିକ ସସ୍‌ପେଣ୍ଡ କରାଯାଇଥିଲା। ମାତ୍ର ପରେ ଟୁର୍ନାମେଣ୍ଟରେ ଭାଗ ନେବାଲାଗି ଅନୁମତି ମିଳିଥିଲା। ହେଲେ ଆଇଡବ୍ଲ୍ୟୁଏଫ୍‌ ପ୍ୟାନେଲ ଏପର୍ଯ୍ୟନ୍ତ ବିଧିବଦ୍ଧ ଭାବେ ରାୟ ପ୍ରକାଶ କରିନାହିଁ। ଅର୍ଜୁନ ପୁରସ୍କାର ପାଇଁ ଆବେଦନ କରିବା ଲାଗି ଅଯୋଗ୍ୟ ବୋଲି ଯେତେବେଳେ ୨୦୧୪ ଏବଂ ୨୦୧୮ରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ଜିତିଥିବା ସଞ୍ଜିତା ଜାଣିବାକୁ ପାଇଲେ ସେ କ୍ଷତିପୂରଣ ଦାବି କରିବାକୁ ସ୍ଥିର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ

ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ…

W, W, W, W..ଡବଲ୍‌ ହ୍ୟାଟ୍ରିକ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୬।୭: ଶ୍ରୀଲଙ୍କାର ପେସ-ବୋଲିଂ ଅଲରାଉଣ୍ଡର ଦାସୁନ ଶାନାକା ଡବଲ ହ୍ୟାଟ୍ରିକ କରି ଇତିହାସ ରଚିଛନ୍ତି। ଆମେରିକାରେ ଚାଲିଥିବା ମେଜର ଲିଗ କ୍ରିକେଟ ଟୁର୍ନାମେଣ୍ଟ ସମୟରେ ଶ୍ରୀଲଙ୍କାର ଏହି…

IND vs ENG 3rd T20I Playing-11: ବାଦ ପଡ଼ିବେ ରବି-ବୈଭବ, ଏହି ୨ ଖେଳାଳିଙ୍କ ହୋଇପାରେ ଏଣ୍ଟ୍ରି!

ନୂଆଦିଲ୍ଲୀ,୬।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟର ଏବେ ବି ତାଙ୍କର ପ୍ରଥମ ବିଜୟ ଖୋଜୁଛନ୍ତି। ସେ ଆୟରଲ୍ୟାଣ୍ଡ ଭଳି ଦଳ ବିପକ୍ଷରେ ଖାତା…

ସଙ୍କଟମୋଚକ ସାଜିଲେ ଦ୍ରାବିଡଙ୍କ ସାନ ପୁଅ: କ୍ରିକେଟ୍‌ ପଡ଼ିଆରେ କଲେ ଏମିତି କାରନାମା

ନୂଆଦିଲ୍ଲୀ,୬।୭: କ୍ରିକେଟ ପଡ଼ିଆରେ ରାହୁଲ ଦ୍ରାବିଡଙ୍କୁ ପ୍ରାୟତଃ ଟିମ ଇଣ୍ଡିଆର ‘ସଙ୍କଟମୋଚକ’ ଏବଂ ‘କାନ୍ଥ’ ଭାବରେ ଦେଖାଯାଏ। ଏବେ ତାଙ୍କ ସାନ ପୁଅ ଅନଭୟ,ତାଙ୍କ ପଦାଙ୍କ ଅନୁସରଣ…

ରେଡ୍‌ କାର୍ଡ ପ୍ରତ୍ୟାହାର ପରେ ଫିଫାକୁ ଧନ୍ୟବାଦ୍‌ ଦେଲେ ରାଷ୍ଟ୍ରପତି ଟ୍ରମ୍ପ

ନ୍ୟୁୟର୍କ,୬ା୭: ବୋସନିଆ-ହର୍ଜଗୋଭିନା ବିପକ୍ଷ ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଆମେରିକୀୟ ଫରଓ୍ବାର୍ଡ ଫୋଲାରିନ ବାଲୋଗନଙ୍କୁ ଦିଆଯାଇଥିବା ରେଡ୍‌ କାର୍ଡକୁ ଫିଫା ରବିବାର ସସ୍‌ପେଣ୍ଡ କରିଛି। ଏଥିଯୋଗୁ ସେ ମଙ୍ଗଳବାର…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri