Posted inଖେଳ

ଆଇଡବ୍ଲ୍ୟୁଏଲ୍‌ ଟ୍ରଫି ଜିତିଲା ସେଥୁ ଏଫ୍‌ସି

ଲୁଧିଆନା, ୨୨।୫(ପି.ଟି.): ହିରୋ ଭାରତୀୟ ମହିଳା ଫୁଟ୍‌ବଲ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ରେ ସେଥୁ ଏଫ୍‌ସି ଚାମ୍ପିୟନ ହୋଇଛି। ସ୍ଥାନୀୟ ଗୁରୁ ନାନକ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ସେଥୁ ଏଫ୍‌ସି ୩-୧ ଗୋଲରେ ମଣିପୁର ପୋଲିସକୁ ପରାସ୍ତ କରିଛି। ମଦୁରାଇ ବେସଡ୍‌ ଦଳ ସେଥୁ ଏଫ୍‌ସି ପକ୍ଷରୁ ସାବିତ୍ରା ଭଣ୍ଡାରୀ ୨ଟି ଗୋଲସ୍କୋର କରି ଦଳକୁ ଚାମ୍ପୟିନ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚ୍‌ର ପ୍ରଥମାର୍ଦ୍ଧ ଶେଷ ଭାଗରେ ମଣିପୁର ପକ୍ଷରୁ ରାଧାରାଣୀ ଦେବୀ ପ୍ରଥମେ ଗୋଲସ୍କୋର ଖାତା ଖୋଲିଥିଲେ। ମ୍ୟାଚ୍‌ର ୪୩ତମ ମିନିଟ୍‌ରେ ରାଧାରାଣୀ ଏହି ଗୋଲ ଦେଇ ମଣିପୁର ପୋଲିସକୁ ୧-୦ରେ ଅଗ୍ରଣୀ କରିଥିଲେ। ଫଳରେ ପ୍ରଥମାର୍ଦ୍ଧରେ ମଣିପୁର ଆଗରେ ରହିଥିଲା। କିନ୍ତୁ ଦ୍ୱିତୀୟାର୍ଦ୍ଧରେ ସେଥୁ ଏଫ୍‌ସି ମ୍ୟାଚ୍‌କୁ ନିଜ ନିୟନ୍ତ୍ରଣକୁ ଆଣିବାରେ ସଫଳ ହୋଇଥିଲା। ମ୍ୟାଚ୍‌ର ୫୬ତମ ମିନିଟ୍‌ରେ ମଣିପୁରର ଉମାପତି ଦେବୀଙ୍କ ଆତ୍ମଘାତୀ ଗୋଲବଳରେ ମ୍ୟାଚ୍‌ ୧-୧ ବରାବର୍‌ସ୍ତରକୁ ଆସିଥିଲା। ଏହାପରେ ୧୦ ମିନିଟ୍‌ ଅନ୍ତରରେ ସେଥୁ ଏଫ୍‌ସି ଫକ୍ଷରୁ ପ୍ରତିନିଧିତ୍ୱ କରୁଥିବା ନେପାଳ ଅନ୍ତର୍ଜାତୀୟ ତାରକା ସାବିତ୍ରା ୨ଟି ଗୋଲସ୍କୋର କରି ଦଳକୁ ୩-୧ରେ ଅଗ୍ରଣୀ ଦେଇଥିଲେ। ସେ ପ୍ରଥମେ ମ୍ୟାଚ୍‌ର ୬୦ତମ ଓ ପରେ ୭୦ତମ ମିନିଟ୍‌ରେ ଆଉ ଏକ ଗୋଲ ଦେଇଥିଲେ। ଏହପରେ ଆଉ କୌଣସି ଗୋଲସ୍କୋର ନ ହେବାକୁ ସେଥୁ ଏଫ୍‌ସି ସହଜସାଧ୍ୟ ବିଜୟ ଲାଭ କରି ଚାମ୍ପିୟନ ମୁକୁଟ ପିନ୍ଧିଥିଲା। ସାବିତ୍ରା ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ଏବଂ ରତ୍ନବାଳା ଇମର୍ଜି ପ୍ଲେୟାର ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri