Posted inଜାତୀୟ

ଆଇନ ଅନୁସାରେ ମହାତ୍ମା ନୁହଁନ୍ତି ଜାତିର ପିତା: ସମ୍ବିଧାନର ଅନୁଚ୍ଛେଦ ୧୮(୧) ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦେଲା ସୂଚନା

ନୂଆଦିଲ୍ଲୀ,୨୬।୯: ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତର ଜାତିର ପିତା ବୋଲି କହିଛନ୍ତି। ଏହାକୁ କଂଗ୍ରେସ ନେତା ନାପସନ୍ଦ କରିଛନ୍ତି। ଜାତିର ପିତା ଭାବେ ମହାତ୍ମା ଗାନ୍ଧୀଙ୍କୁ କୁହାଯାଉଥିବାରୁ ମୋଦିଙ୍କ ପାଇଁ ଏହା ପ୍ରଯୁଯ୍ୟ ନୁହେଁ ବୋଲି କେତେକ ଯୁକ୍ତି କରିଛନ୍ତି। ତେବେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସମ୍ବିଧାନର ଅନୁଚ୍ଛେଦ ୧୮(୧) ସମ୍ପର୍କରେ ଏନେଇ ସୂଚନା ଦିଆଯାଇଛି। ଏହି ଅନୁଚ୍ଛେଦରେ ଉଲ୍ଲେଖ ରହିଛି ଯେ, ଦେଶର କେବଳ ଶିକ୍ଷକ ଏବଂ ସୈନ୍ୟଙ୍କୁ ଯେ କୌଣସି ଉପାଧି ଦିଆଯିବାର ପ୍ରାବଧାନ ନାହିଁ। ତେବେ ୨୦୧୨ରେ ସୂନା ଅଧିକାର ଆଇନ ଅନ୍ତର୍ଗତ ଏକ ଆବେଦନରେ ସରକାର ଉତ୍ତର ଦେଇଥିଲେ ଯେ, ଯେକୌଣସି ବ୍ୟକ୍ତିଙ୍କୁ ଜାତିର ପିତା ଉପାଧି ଦେବା ପାଇଁ ସରକାର ରାଷ୍ଟ୍ରପ୍ରତିଙ୍କୁ ସୁପାରିଶ୍‌ କରିପାରିବେ ନାହିଁ। ମହାତ୍ମାଙ୍କୁ ପ୍ରଥମେ ସୁଭାଷ ବୋଷ ୧୯୪୪ ଜୁନ୍‌ ୪ରେ ଜାତିର ପିତା ବୋଲି ସମ୍ବୋଧନ କରିଥିଲେ। ଏହାପରେ ଲୋକେ ସମ୍ମାନ ଜଣାଇବା ଲାଗି ଏଭଳି କହିବା ଆରମ୍ଭ କରିଥିଲେ। ଏହାପରେ ୧୯୪୮ ଜାନୁୟାରୀ ୩୦ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁ ମହାତ୍ମାଙ୍କ ହତ୍ୟା ପରେ ଜାତିର ପିତା ଆଉ ନାହାଁନ୍ତି ବୋଲି କହି ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri