ଆଇନଜୀବୀ, ଭାଜପା ଯୁବ ନେତାଙ୍କୁ ପୋଲିସର ମାଡ଼: ଏସ୍‌ଆଇଙ୍କ ବିରୋଧରେ ଦୁଇ ପୃଥକ୍‌ ମାମଲା

ଆନନ୍ଦପୁର,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନାରେ ରାମଚନ୍ଦ୍ରପୁର ଥାନା ଏସ୍‌ଆଇ ବିଶ୍ୱଜିତ୍‌ ବେହେରାଙ୍କ ନାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ମାମଲା ରୁଜୁ ହୋଇଛି। ଆନନ୍ଦପୁର ଥାନା କେସ୍‌ ନଂ.୫୧/୨୦ ଅନୁଯାୟୀ ଶାଳବଣି ଭାଜପା ମଣ୍ଡଳ ସଭାପତି ଟୁକୁନା ମହାନ୍ତ ଏସ୍‌ଆଇ ବେହେରାଙ୍କ ନାମରେ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି।
ସେହିପରି ଥାନା କେସ୍‌ ନଂ.୫୨/୨୦ରେ ଆଇନଜୀବୀ ଭଗବାନ ମଲ୍ଲିକଙ୍କ ଅଭିଯୋଗକୁ ଆଧାରକରି ଆନନ୍ଦପୁର ପୋଲିସ ଏସ୍‌ଆଇ ବେହେରାଙ୍କ ନାମରେ ଆଉ ଏକ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ, ଆଇନଜୀବୀ ମଲ୍ଲିକଙ୍କ ଅଭିଯୋଗ ଅନୁଯାୟୀ ସେ କୋର୍ଟ କାର୍ଯ୍ୟସାରି ଅପରାହ୍ନରେ ନିଜ ବାସଭବନକୁ ଫେରିବା ସମୟରେ ତାଙ୍କୁ ରାମଚନ୍ଦ୍ରପୁର ଥାନା ଏସ୍‌ଆଇ ବିଶ୍ୱଜିତ ବେହେରା ଏବଂ ୫ରୁ ୬ଜଣ ପୋଲିସ କର୍ମଚାରୀ ବ୍ରଜ୍‌ଛକ ନିକଟ ଏକ ଗ୍ରୋସରି ଦୋକାନ ପାଖରେ ମାଡ଼ ମାରିବା ସହ ଗାଡ଼ିରେ ବସାଇ ନେଇଯାଇଥିଲେ। ପରେ ତାଙ୍କ ମୁହଁରେ କପଡ଼ା ବାନ୍ଧି ଏକ ନିର୍ଜନ ଜାଗାରେ ଛାଡିଥିଲେ। ଏହି ଘଟଣାକୁ ନେଇ ମଙ୍ଗଳବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଓକିଲ ସଂଘ ସଭାପତି ସଞ୍ଜୟ ମିଶ୍ରଙ୍କ ନେତୃତ୍ୱରେ ବହୁସଂଖ୍ୟାରେ ଆଇନଜୀବୀ ଆନନ୍ଦପୁର ଥାନାରେ ପହଞ୍ଚି ଘଟଣାର ତଦନ୍ତ କରିବା ସହିତ ଏସ୍‌ଆଇଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଆନନ୍ଦପୁର ଥାନା ଅଧିକାରୀ ଗଗନ ବିଶ୍ୱାଳ ଆଇନଜୀବୀଙ୍କ ଉପରେ ହୋଇଥିବା ଆକ୍ରମଣ ଓ ଅପହରଣ ସମ୍ପର୍କରେ କିଛି ଜାଣି ନ ଥିବା କହିଥିଲେ। ଅନ୍ୟପକ୍ଷରେ ଆନନ୍ଦପୁର ଏସ୍‌ଡିପିଓ ବିଦ୍ୟୁତ୍‌ ଚନ୍ଦ୍ର ପଣ୍ଡା କହିଛନ୍ତି ଯେ, ଏସ୍‌ଆଇ ବେହେରାଙ୍କ ନାମରେ ମାମଲା ରୁଜୁ ହୋଇଛି। ଘଟଣାର ତଦନ୍ତ କରାଯାଇ ପଦକ୍ଷେପ ଗ୍ରହଣ କରାଯିବ। ସେହିଭଳି ଭାଜପା ନଗର ମଣ୍ଡଳ ସଭାପତି ଟୁକୁନା ମହାନ୍ତ କରୋନା ମୁକାବିଲାର ସମସ୍ତ ପ୍ରସ୍ତୁତି ପୋଷାକରେ ଥାଇ ବ୍ରିଜ୍‌ଛକର ଏକ ମେଡିସନ ଷ୍ଟୋରକୁ ଔଷଧ ନେବାକୁ ଆସିଥିବା ସମୟରେ ଜଣେ ଆଇନଜୀବୀଙ୍କୁ ପୋଲିସ ମାଡ଼ ମାରୁଥିବା ଦେଖି ସେଠାକୁ ଆସିଥିଲେ। ଏହି ଘଟଣାରେ ଏସ୍‌ଆଇ ବେହେରା ଦଳୀୟ ଆକ୍ଷେପମୂଳକ ମନ୍ତବ୍ୟ ଦେବା ସହିତ ତାଙ୍କୁ ମଧ୍ୟ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ନେଇ ଆନନ୍ଦପୁର ଅଞ୍ଚଳରେ ଚାପା ଉତ୍ତେଜନା ଲାଗିରହିଛି। କରୋନା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଥିବାରୁ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri