ଆଇନଜୀବୀ ସଂଘ, ପୋଲିସ ପକ୍ଷରୁ ସଡ଼କ ସୁରକ୍ଷା ଅଭିଯାନ

ଜୁନାଗଡ,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଆଇନଜୀବୀ ସଂଘ ଓ ସ୍ଥାନୀୟ ପୋଲିସ ପକ୍ଷରୁ ବୁଧବାର ଜେଏମ୍‌ଏଫସି କୋର୍ଟ ପରିସରରେ ସଡକ ସୁରକ୍ଷା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁନଷ୍ଠିତ ହୋଇଥିଲା। ଏଥିରେ ରାସ୍ତାରେ ଯାଉଥିବା ବାଇକ୍‌ ଚାଳକଙ୍କୁ ମୋଟରସାଇକେଲ ଚଳାଇବା ବେଳେ ସର୍ବଦା ହେଲମେଟ ବ୍ୟବହାର କରିବା, ଗାଡି ଚଳାଇବା ସମୟରେ ଫୋନ ବ୍ୟବହାର ନ କରିବା,୧୮ବର୍ଷରୁ କମ୍‌ ବାଳକଙ୍କୁ ଗାଡି ଚାଳନାଠାରୁ ଦୂରରେ ରଖିବା ଓ ଟ୍ରାଫିକ ନିୟମ ମାନି ସର୍ବଦା ଗାଡି ଚଳାଇବା ଆଦି ନେଇ ସଚେତନତା କରାଯାଇଥିଲା। ସଡକ ସୁରକ୍ଷା ସଚେତନତା ଅଭିଯାନରେ ଧର୍ମଗଡ ଏସ୍‌ଡିପିଓ ଲକ୍ଷ୍ମୀ ନାରାୟଣ ପଣ୍ଡା, ଏସ୍‌ଆଇ ଥବିର ବରିହା, ଜୁନାଗଡ ଆଇନଜୀବୀ ସଂଘ ସଭାପତି ସୁଧାଂଶୁ ଶେଖର ବରାଡ, ଉପସଭାପତି କୈଳାସ ଚୌଧୁରୀ, ସମ୍ପାଦକ ରମେଶ ନାଏକ, ପୂର୍ବତନ ସଭାପତି ହିମାଂଶୁ ଶେଖର ବରାଡ, ଅଶୋକ କୁମାର ପାତ୍ର, ସୁରେଶ ଚନ୍ଦ୍ର ପଣ୍ଡା, ମଦନମୋହନ ସାହୁ, ବାଳକୃଷ୍ଣ ଆଚାରୀ, ଶିଶିର ପଟ୍ଟନାୟକ, ବିଶ୍ୱନାଥ କର, ଜୟଦେବ ସୁନାନୀ, ଚିତ୍ତ ରଞ୍ଜନ ନିଆଲ, ଅନନ୍ତ ବେହେରା, ଜିତେନ୍ଦ୍ର ମେହେର, ଫିରୋଜ ବାରିକ, ନରେନ୍ଦ୍ର କ୍ଷିତି, ଧନେଶ୍ୱର ନାଏକ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri