‘ଆଇନଜୀବୀଙ୍କୁ ମିଳୁ ୫ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା’

କଟକ ଅଫିସ,୧।୩: ହାଇକୋର୍ଟ ବାର୍‌ ଆସୋସିଏଶନ ସମ୍ମିଳନୀ କକ୍ଷରେ ଶନିବାର ନିଖିଳ ଓଡ଼ିଶା ଆଇନ୍‌ଜୀବୀ ସଂଘର ୨୦୨୦ ବର୍ଷର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ବିଚିତ୍ର କୁମାର ବଡ଼ଜେନା ଏଥିରେ ଅଧ୍ୟକ୍ଷତା କରିଥିଲେ। ହାଇକୋର୍ଟ ଆଇନଜୀବୀ ସଂଘ ସଭାପତି ଗୋପାଳକୃଷ୍ଣ ମହାନ୍ତି ଏଥିରେ ନେତୃତ୍ୱ ନେଇଥିଲେ। ବୈଠକରେ ଆଇନଜୀବୀଙ୍କ ବିଭିନ୍ନ ଦାବି ସମ୍ପର୍କରେ ଆଲୋଚନା କରାଯାଇଛି। ଆଇନଜୀବୀଙ୍କୁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ସ୍ବାସ୍ଥ୍ୟ ବୀମା ବ୍ୟବସ୍ଥା କରିବାକୁ ସରକାରଙ୍କ ନିକଟରେ ଦାବି ରଖାଯିବ। ସେହିଭଳି ଯୁବ ଆଇନଜୀବୀଙ୍କୁ ମାସିକ ୫ହଜାର ଟଙ୍କା ଭତ୍ତା, ସମସ୍ତ ଆଇନ୍‌ଜୀବୀ ସଂଘ ପାଇଁ ବିଦ୍ୟୁତ୍‌, ପାଣି, ପାଠାଗାର, ସୁରକ୍ଷା ବ୍ୟବସ୍ଥା ଏବଂ ସମସ୍ତ ଜିଲା ସଦର ମହକୁମାରେ ଆଇନଜୀବୀ କଲ୍ୟାଣ ଭବନ ଏବଂ ପ୍ରତ୍ୟେକ ବାର୍‌ ଆସୋସିଏଶନ ପାଇଁ ଆମ୍ବୁଲାନ୍ସର ବ୍ୟବସ୍ଥା ନିମନ୍ତେ ସରକାରଙ୍କ ପାଖରେ ଦାବି କରାଯିବ। ସଂଘର ସ୍ଥାୟୀ କାର୍ଯ୍ୟାଳୟ ନିର୍ମାଣ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ। କାର୍ଯ୍ୟରତ ଆଇନଜୀବୀମାନେ କୌଣସି ଫୌଜଦାରୀ ମକଦ୍ଦମାର ସମ୍ମୁଖୀନ ହେଲେ ମକଦ୍ଦମା ପାଇଁ ରାଜ୍ୟ ଆଇନଜୀବୀ ପରିଷଦର ଅନୁମୋଦନ ନେବାକୁ ପଡ଼ିବ ବୋଲି ସିଆର୍‌ପିସିରେ ସଂଶୋଧନ/ରିଭ୍ୟୁ ରଖିବାକୁ ଦାବି କରାଯିବ। ସଂଘର ପରବର୍ତ୍ତୀ ବୈଠକ ନବରଙ୍ଗପୁରରେ ହେବ ବୋଲି ସର୍ବସମ୍ମତିରେ ନିଷ୍ପତ୍ତି ନିଆଯାଇଥିଲା। ଉପସଭାପତି ସୁଶାନ୍ତ କୁମାର ବରାଳ, ଉପଦେଷ୍ଟା ଶିବାନନ୍ଦ ରାୟ, ଶିଶିର ପାଢ଼ୀ, ଅକ୍ଷୟ କୁମାର ପତି, ପ୍ରଦୀପ କୁମାର ପଣ୍ଡା, ସଂଗଠନ ସମ୍ପାଦକ ବିଭୁ ପ୍ରସନ୍ନ ମହାପାତ୍ର, ଜ୍ୟୋତି ପ୍ରସାଦ ରଥ, ଦୁଷ୍ମନ୍ତ କୁମାର ବିଶ୍ୱାଳ, ଆଶିଷ କୁମାର ମିଶ୍ର, ପୀତବାସ ପଣ୍ଡା, ବିଶ୍ୱଜିତ ଦାସ, ମୁକ୍ତିକାନ୍ତ ଦାସ, ପ୍ରଦୀପ ପଟ୍ଟନାୟକ, ଗୋବର୍ଦ୍ଧନ ସାହୁ, ନିରଞ୍ଜନ ନାୟକ, ଅଭିଜିତ ଦାସ, ଜଗଦୀପ ସାହୁଙ୍କ ସମେତ ବହୁ ଆଇନ୍‌ଜୀବୀ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri