Posted inଜାତୀୟ

ଆଇନଶୃଙ୍ଖଳା ଦାୟିତ୍ୱ ନେଇପାରିବନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୧ା୭(ପି.ଟି.): ମଣିପୁରରେ ଉତ୍ତେଜନା ବଢ଼ାଇବା ପାଇଁ ସର୍ବୋଚ୍ଚ ଅଦାଲତଙ୍କୁ ପ୍ଲାଟ୍‌ଫର୍ମ ଭାବେ ବ୍ୟବହାର କରାଯାଇ ପାରିବ ନାହଁି ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ହିଂସା କମାଇବା ପାଇଁ ଅଦାଲତ ଆଇନ ଶୃଙ୍ଖଳା ଦାୟିତ୍ୱ ନିଜ ହାତକୁ ନେଇପାରିବେ ନାହିଁ ବୋଲି ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଜଷ୍ଟିସ ପି.ଏସ୍‌. ନରସିଂଙ୍କ ଖଣ୍ଡପୀଠ କହିଛନ୍ତି। ଅଦାଲତ କେବଳ ସ୍ଥିତିରେ ସୁଧାର ଆଣିବା ପାଇଁ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇପାରିବେ। ଏଥିପାଇଁ ବିଭିନ୍ନ ଗ୍ରୁପ୍‌ର ସହାୟତା ଏବଂ ସକାରାତ୍ମକ ପ୍ରସ୍ତାବ ଆବଶ୍ୟକ ବୋଲି ଖଣ୍ଡପୀଠ କହିଛନ୍ତି। ପରିସ୍ଥିତିରେ ସୁଧାର ଆଣିବା ଲାଗି ମଙ୍ଗଳବାର ସୁଦ୍ଧା ଆମକୁ କେତେକ ସକାରାତ୍ମକ ପ୍ରସ୍ତାବ ଦିଅ। ଏ ସମ୍ପର୍କରେ ଆମେ କେନ୍ଦ୍ର ଓ ମଣିପୁର ସରକାରଙ୍କୁ ଜଣାଇବୁ ବୋଲି ସର୍ବୋଚ୍ଚ ଅଦାଲତ ରାଜ୍ୟର ବିଭିନ୍ନ ସଂଗଠନକୁ କହିଛନ୍ତି। ହିଂସା ପ୍ରଭାବିତ ମଣିପୁର ସ୍ଥିତିକୁ ନେଇ ରାଜ୍ୟର ମୁଖ୍ୟ ଶାସନ ସଚିବ ଦାଖଲ କରିଥିବା ଷ୍ଟାଟସ ରିପୋର୍ଟକୁ ଖଣ୍ଡପୀଠ ଅନୁଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri