Posted inଖେଳ

ଆଇପିଏଲ ଆୟୋଜନ ପାଇଁ ୟୁଏଇ ଆଗ୍ରହୀ

ଦୁବାଇ, ୭।୬(ପି.ଟି.)- ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ) ଆୟୋଜନ ପାଇଁ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ଆଗ୍ରହ ପ୍ରକାଶ କରିଛି। କୋଭିଡ-୧୯ ପାଇଁ ଭାରତ ଯଦି ଏହି ବ୍ୟୟବହୁଳ ଟି୨୦ ଲିଗ୍‌କୁ ବାହାର ପରିବେଶରେ କରାଇବାକୁ ଆଗ୍ରହ ପ୍ରକାଶ କରେ ତେବେ ଆମେ ପ୍ରସ୍ତୁତ ଅଛୁ ବୋଲି ଶନିବାର ଏମିରେଟ୍ସ କ୍ରିକେଟ ବୋର୍ଡ ପକ୍ଷରୁ ପ୍ରକାଶ କରାଯାଇଛି। ଆଇପିଏଲର ୧୩ତମ ସଂସ୍କରଣ ଗତ ମାର୍ଚ୍ଚରେ ଆରମ୍ଭ ହେବାର ଥିଲା। ମାତ୍ର ବିଶ୍ୱବ୍ୟାପୀ ସ୍ବାସ୍ଥ୍ୟ ସଙ୍କଟ ଦେଖାଦେଇଥିବାରୁ ଏହାକୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଚଳିତ ବର୍ଷ ଅଷ୍ଟ୍ରେଲିଆରେ ହେବାକୁଥିବା ଟି୨୦ ବିଶ୍ୱକପ ଯଦି ସମ୍ଭବ ନ ହୁଏ ତେବେ ଆସନ୍ତା ଅକ୍ଟୋବରରେ ଏହାକୁ ଆୟୋଜନ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଯୋଜନା କରୁଥିବା ଆଲୋଚନା ହେଉଛି। ୟୁଏଇ କ୍ରିକେଟ ବୋର୍ଡ ପକ୍ଷରୁ ଆଇପିଏଲ ଆୟୋଜନ ପାଇଁ ଅଫର ଦିଆଯିବା ସମ୍ପର୍କରେ ଗଲ୍ଫ ନ୍ୟୁଜ ରିପୋର୍ଟରେ ପ୍ରକାଶ ପାଇଛି। ”ଏମିରେଟ୍ସ କ୍ରିକେଟ ବୋର୍ଡ ପୂର୍ବରୁ ୟୁଏଇରେ ସଫଳତାର ସହ ଆଇପିଏଲ ମ୍ୟାଚ ଆୟୋଜନ କରିଛି। ଏହା ବ୍ୟତୀତ ଆମେ ନିରପେକ୍ଷ ଭେନ୍ୟୁଭାବେ ଅନେକ ଦ୍ୱିପାକ୍ଷିକ ସିରିଜ ଏବଂ ବହୁ ରଷ୍ଟ୍ରୀୟ ଟୁର୍ନାମେଣ୍ଟ ମଧ୍ୟ ଆୟୋଜନ କରିଛୁ। ଆମ ଷ୍ଟେଟ୍‌-ଅଫ୍‌-ଦି-ଆର୍ଟ ଭେନ୍ୟୁ ଗୁଡ଼ିକ ସମସ୍ତ ପ୍ରକାର କ୍ରିକେଟ ଟୁର୍ନାମେଣ୍ଟ ଆୟୋଜନ ପାଇଁ ଉପଯୁକ୍ତ ବୋଲି“ ବୋଲି ଏହାର ସାଧାରଣ ସମ୍ପାଦକ ମୁବାଶଶିର ଉସମାନି ପ୍ରକାଶ କରିଛନ୍ତି। ଏମିରେଟ୍ସ କ୍ରିକେଟ ବୋର୍ଡ ଇଂଲିଶ୍‌ ସିଜନ ଶେଷ କରିବା ପାଇଁ ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡକୁ ମଧ୍ୟ ଅଫର ଦେଇଥିଲା ବୋଲି ଉସମାନି କହିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ୟୁଏଇ ପୂର୍ବରୁ ଅନ୍ୟ ବୋର୍ଡ ମଧ୍ୟରେ ଶ୍ରୀଲଙ୍କା କ୍ରିକେଟ ଆଇପିଏଲ ଆୟୋଜନ ପାଇଁ ପ୍ରସ୍ତାବ ଦେଇଥିଲା। ଚଳିତ ମାସ ୧୦ ତାରିଖରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଆଇସିସି ବୋର୍ଡ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଚଳିତ ବର୍ଷର ଟି୨୦ ବିଶ୍ୱକପ ଭାଗ୍ୟ ନିର୍ଦ୍ଧାରିତ ହେବ। ଫଳରେ ଆଇପିଏଲ ଆୟୋଜନକୁ ନେଇ ସ୍ପଷ୍ଟ ଚିତ୍ର ମିଳିଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri