Posted inଖେଳ

ଆଇପିଏଲ ପୂର୍ବରୁ ହେବ ଅଲଷ୍ଟାର ମ୍ୟାଚ୍‌

ନୂଆଦିଲ୍ଲୀ,୨୮।୧- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚଳିତବର୍ଷ ଆଇପିଏଲ ପୂର୍ବରୁ ଏକ ଅଲଷ୍ଟାର ମ୍ୟାଚ୍‌ ଆୟୋଜନ କରିବ। ଏଥିରୁ ଆୟ ହୋଇଥିବା ଅର୍ଥ ଚ୍ୟାରିଟି ପାଇଁ ଖର୍ଚ୍ଚ ହେବ। ଦୁଇ ଦଳର ଖେଳାଳିଙ୍କୁ ରେଜିଷ୍ଟର ଆଇପିଏଲ ଖେଳାଳିଙ୍କ ତାଲିକାରୁ ଚୟନ କରାଯିବ। ମ୍ୟାଚ୍‌ଟି ପ୍ରଥମ ଆଇପିଏଲ ମ୍ୟାଚ୍‌ର ତିନି ଦିନ ପୂର୍ବରୁ ଖେଳାଯିବ ବୋଲି ବିସିସିଆଇ ନିଷ୍ପତ୍ତି ନେଇଛି। ଆମେ ଦୁଇ ଦଳର ନାମ ସମ୍ପର୍କରେ ନିଷ୍ପତ୍ତି ନେଇନାହୁଁ। କିନ୍ତୁ ଗୋଟିଏ ଦଳରେ ଆଇପିଏଲରେ ଖେଳୁଥିବା ବିଦେଶ ଖେଳାଳି ରହିବେ। ପ୍ରତ୍ୟେକ ବର୍ଷ ଏହି ମ୍ୟାଚ୍‌ ଖେଳାଯିବ। ଆମେ ଭେନ୍ୟୁ ମଧ୍ୟ ଧାର୍ଯ୍ୟ କରିନାହୁଁ। କିନ୍ତୁ ଅହମ୍ମଦାବାଦରେ ଖେଳାଯିବ ନାହିଁ। ନୂଆ ଷ୍ଟାଡିୟମ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇନାହିଁ ବୋଲି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଆଇପିଏଲ ଗଭର୍ନିଂ କାଉନ୍ସିଲ ବୈଠକ ପରେ କହିଛନ୍ତି। ସେ ଆହୁରି କହିଛନ୍ତି ଆଇପିଏଲରେ ଖେଳାଳିଙ୍କ ମୁଣ୍ଡରେ ବଲ ବାଜିଲେ ବଦଳ ଖେଳାଳି ଖେଳିବା ଲାଗି ମଧ୍ୟ ନିଷ୍ପତ୍ତି ହୋଇଛି। ଏହି ନିୟମ ଅନ୍ତର୍ଜାତୀୟ କ୍ରିକେଟରେ ଗତବର୍ଷଠାରୁ ଲାଗୁ ହୋଇସାରିଛି। ଏଥିସହିତ ତୃତୀୟ ଅମ୍ପାୟର ନୋ ବଲ ଉପରେ ନଜର ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri