Posted inଖେଳ

ଆଇପିଏଲ-୧୩ ସ୍ଥଗିତ

ମୁମ୍ବାଇ,୧୩।୩- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ୧୩ତମ ସଂସ୍କରଣ ଚଳିତ ମାସ ୨୯ ତାରିଖରୁ ଆରମ୍ଭ ହେବ ନାହିଁ। ବିଶ୍ୱର ସବୁଠୁ ବିତ୍ତଶାଳୀ ଲିଗ୍‌ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ହୋଇଯାଇଛି। ବିସିସିଆଇ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି, ଜନସାଧାରଣ ଓ ଅଂଶୀଦାରଙ୍କ ସ୍ବାସ୍ଥ୍ୟକୁ ନଜରରେ ରଖି ଆବଶ୍ୟକ ପଦକ୍ଷେପ ନେଇଛୁ। ଏ ସମ୍ପର୍କରେ ବିସିସିଆଇ କେନ୍ଦ୍ର ଓ ରାଜ୍ୟ ସରକାର, ଯୁବ ବ୍ୟାପାର ଓ କ୍ରୀଡ଼ା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସହ କାର୍ଯ୍ୟ କରିବ। ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଓ ସାଧାରଣ ସମ୍ପାଦକ ଜୟ ଶାହାଙ୍କ ମଧ୍ୟରେ ବିସିସିଆଇର ମୁଖ୍ୟ କାର୍ଯ୍ୟାୟଳରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସେମାନଙ୍କୁ ବିସିସିଆଇର ଅପରେଶନ୍ସ ଓ ଲଜିଷ୍ଟିକ ଦଳ ସହାୟତା କରିଥିଲେ। ଆଇପିଏଲ ଗଭର୍ନିଂ କାଉନ୍ସିଲ ବୈଠକ ଶନିବାର ମୁମ୍ବାଇଠାରେ ହେବାର ଅଛି। ଏହି ବୈଠକ ପୂର୍ବରୁ ବିସିସିଆଇ କର୍ମକର୍ତ୍ତା ଓ ଆଇପିଏଲ ଗଭର୍ନିଂ କାଉନ୍ସିଲ ସମସ୍ତ ଫ୍ରାଞ୍ଚାଇଜ ଓ ଅଂଶୀଦାରଙ୍କୁ ଭେଟିବେ ବୋଲି ଆଶା କରାଯାଉଛି। ଆଇପିଏଲକୁ ଦୁଇ ସପ୍ତାହ ପାଇଁ ସ୍ଥଗିତ କରିବା ଦ୍ୱାରା ବିସିସିଆଇକୁ ସ୍ଥିତି ପରକ୍ଷୀବା ପାଇଁ ସମୟ ମିଳିବ। ଦରକାର ପଡ଼ିଲେ ପୁଣି ଥରେ ସ୍ଥଗିତ କିମ୍ବା ବାତିଲ କରିବା ନେଇ ନିଷ୍ପତ୍ତି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri