Posted inଖେଳ

ଆଇପିଏଲକୁ ନେଇ ଅନିଶ୍ଚିତତା ବଢ଼ିଲା

ନୂଆଦିଲ୍ଲୀ, ୧୫।୪- କରୋନା ଭାଇରସ ସଂକ୍ରମଣ ଜନିତ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧିକୁବଢ଼ାଇବାପରେ ଇଣ୍ଡିଆନ ପ୍ରିିମିୟର ଲିଗ୍‌(ଆଇପିଏଲ)କୁ ପୁଣି ସ୍ଥଗିତ ରଖା ଯାଇଛି । ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ମେ’ ୩ ପରେ ପରିସ୍ଥିତିର ସମୀକ୍ଷା କରିବାପରେ ଯାହା ନିଷ୍ପତ୍ତି ନେବ ବୋଲି ପ୍ରକାଶ କରାଯାଇଛି । ପ୍ରକାଶ ଯୋଗ୍ୟ ଯେ ଆଇପିଏଲ ପ୍ରକୃତରେ ମାର୍ଚ୍ଚ ୨୯ରେ ଆରମ୍ଭ ହେବାର ଥିଲା । ଭାରତ ସରକାର ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିବାପରେ ଏହାକୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା। ଆଇପିଏଲ ଏପ୍ରିଲ-ମେ’ରେ ହେବା ସମ୍ଭାବନା କମ୍‌ ଥିବାରୁ ଏଥିପାଇଁ ପରେ ସମୟ ବାହାର କରିବା କଷ୍ଟକର ହେବ ବୋଲି କୁହାଯାଉଛି । ପ୍ରକାଶ ଯୋଗ୍ୟ ଯେ ଆଗାମୀ ଅକ୍ଟୋବର-ନଭେମ୍ବରରେ ହେବାକୁଥିବା ଟି୨୦ ବିଶ୍ୱକପ ଯଦି ବାତିଲ ହୁଏ ତେବେ ସେହି ସମୟରେ ଏହି ଲିଗ୍‌ କରାଇବାକୁ ବିସିସିଆଇ ଚିନ୍ତା କରୁଥିବା କଳ୍ପନା ଜଳ୍ପନା ପ୍ରକାଶ ପାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?