Posted inଖେଳ

ଆଇପିଏଲ୍‌ ନେଇ କୁମ୍ବଲେ ଆଶାବାଦୀ

ନୂଆଦିଲ୍ଲୀ,୨୮।୫(ପି.ଟି.): ଚଳିତ ବର୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ନେଇ ଭାରତୀୟ ପୂର୍ବତନ ଅଧିନାୟକ ତଥା କିଙ୍ଗ୍ସ ଏକାଦଶ ପଞ୍ଜାବ ହେଡ କୋଚ୍‌ ଅନିଲ କୁମ୍ବଲେ ବେଶ୍‌ ଆଶାଦାବୀ ଅଛନ୍ତି। ବିନା ଦର୍ଶକଙ୍କ ଉପସ୍ଥିତିରେ ଫାଙ୍କା ଷ୍ଟାଡିୟମରେ ଆଇପିଏଲ୍‌ ଆୟୋଜନକୁ ସେ ମଧ୍ୟ ବିରୋଧ କରିନାହାନ୍ତି। ଅବଶ୍ୟ ଆଇପିଏଲ୍‌ ଆୟୋଜନ ନେଇ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ କରାଯାଇନାହିଁ। କିନ୍ତୁ ଏନେଇ ଆକଳନ ଜାରି ରହିଛି। ଅକ୍ଟୋବରରେ ଆଇପିଏଲ ଆୟୋଜନ କରିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚାହୁଛି। କୋଭିଡ୍‌- ୧୯ ମହାମାରୀ ପାଇଁ ଆଇପିଏଲକୁ ପୂର୍ବରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଥିଲା।
ଆଇପିଏଲ୍‌ ନେଇ ଆଶାବାଦୀ ଅଛି ଓ ଏ ନେଇ ସମ୍ଭାବନା ରହିଛି ବୋଲି କୁମ୍ବଲେ ଷ୍ଟାର ସ୍ପୋଟର୍‌ସ ଶୋ ‘କ୍ରିକେଟ କନେକ୍ଟେଡ’କୁ ସାକ୍ଷାତକାର ଦେବା ଅବସରରେ କହିଛନ୍ତି। ଯଦି ଫାଙ୍କା ଷ୍ଟାଡିୟମରେ ଏହା ଆୟୋଜନ ହୁଏ ତେବେ ୩ କିମ୍ବା ୪ଟି ଆଇପିଏଲ୍‌ ସୀମିତ ରହିବ। ତେଣୁ ଆଇପିଏଲ୍‌କୁ ନେଇ ଆମେ ବେଶ୍‌ ଆଶାବାଦୀ ଅଛୁ ବୋଲି ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) କ୍ରିକେଟ କମିଟିର ଅଧ୍ୟକ୍ଷ କୁମ୍ବଲେ କହିଛନ୍ତି।
ସେହିପରି ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ ମଧ୍ୟ ସମାନ ମତ ପୋଷଣ କରିଛନ୍ତି। ଯାତ୍ରା ଜନିତ ସମସ୍ୟାକୁ କମାଇବା ପାଇଁ ଏକାଧିକ ଷ୍ଟାଡିୟମ ଥିବା ସହରଗୁଡିକରେ ଆଇପିଏଲ୍‌ ଆୟୋଜନ ହୋଇପାରେ ବୋଲି ସେ ମତ ଦେଇଛନ୍ତି। ଯେଉଁ ୩ କିମ୍ବା ୪ଟି ଷ୍ଟାଡିୟମ ଥିବା ଭେନ୍ୟୁକୁ ଚିହ୍ନଟ କରିବାର ଆବଶ୍ୟକତା ରହିଛି। ବିସିସିଆଇ ଓ ଫ୍ରାଞ୍ଚାଇଜ୍‌ମାନେ ଏ ନେଇ ବ୍ୟବସ୍ଥା କରିବେ ନେଇ ନିଶ୍ଚିତ ଅଛି ବୋଲି ଲକ୍ଷ୍ମଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri