Posted inଖେଳ

ଆଇପିଏଲ୍‌ ପୂର୍ବରୁ କୋହଲି ଶେୟାର କଲେ ଏମିତି ଫଟୋ: ପ୍ରଶଂସକ କହିଲେ…

ମୁମ୍ବାଇ,୨୩।୩: ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗର ୧୫ତମ ସିଜନରେ ଖେଳାଯିବ। ମାର୍ଚ୍ଚ ୨୬ରୁ ଆରମ୍ଭ ହେବ। ବିରାଟ ପୁଣି ଥରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳକୁ ପ୍ରତିନିଧିତ୍ୱ କରିବେ। ଏହାପୂର୍ବରୁ ବିରାଟ ସୋସିଆଲ ମିଡିଆରେ ନିଜର ଏକ ପୁରୁଣା ଫଟୋ ଶେୟାର କରିଛନ୍ତି। ଫଟୋରେ ତାଙ୍କୁ ଆରସିବି ଦଳର ଜର୍ସିରେ ଦେଖିବାକୁ ମିଳିଥିଲା।
ବିରାଟ କୋହଲି ବୁଧବାର ଟୁଇଟରରେ ନିଜର ଏକ ଫଟୋ ଶେୟାର କରିଛନ୍ତି। ସେ ଏହାର କ୍ୟାପସନରେ ଲେଖିଛନ୍ତି, ଏବେ ଆଉ ବେଶୀ ଦୂର ନୁହେଁ। ଏହି ଫଟୋକୁ ସୋସିଆଲ ମିଡିଆରେ ଅନେକ ୟୁଜର୍ସ ପସନ୍ଦ କରିଥିଲେ। ଫଟୋକୁ ୧୮ ହଜାରରୁ ଅଧିକ ୟୁଜର୍ସ ପସନ୍ଦ କରିଛନ୍ତି। ଏହା ବ୍ୟତୀତ ୩୦୦୦ରୁ ଅଧିକ ଥର ରିଟୁଇଟ୍‌ କରାଯାଇଥିଲା। ପ୍ରଶଂସକ କହିଛନ୍ତି ଏଥର ଟ୍ରଫି ଜିତିକି ଆସିବ।
୩୩ ବର୍ଷୀୟ ବିରାଟ କୋହଲି ଆଇପିଏଲର ସବୁଠାରୁ ସଫଳ ବ୍ୟାଟ୍ସମ୍ୟାନ। ସେ ଏହି ସମ୍ମାନଜନକ ଟି -୨୦ ଲିଗରେ ୨୦୭ଟି ମ୍ୟାଚ ଖେଳିଛନ୍ତି ଯେଉଁଥିରେ ସେ ୫ ଶତକ ଏବଂ ୪୨ ଅର୍ଦ୍ଧଶତକ ସହାୟତାରେ ମୋଟ ୬୨୮୩ ରନ ସଂଗ୍ରହ କରିଛନ୍ତି। ଗତ ସିଜନରେ ସେ ୩ଟି ଅର୍ଦ୍ଧଶତକ ସମେତ ୧୫ଟି ମ୍ୟାଚରେ ୪୦୫ ରନ ସଂଗ୍ରହ କରିଥିଲେ। ସେ ୨୦୦୮ରୁ ଏହି ଲିଗର ଏକ ଅଂଶ ରହିଆସିଛନ୍ତି। ବିରାଟ ଗତ ସିଜିନ୍‌ ପର୍ଯ୍ୟନ୍ତ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁରର ଅଧିନାୟକତ୍ୱ କରୁଥିଲେ। ଦଳ ଥରେ ବି ଆଇପିଏଲ ଟାଇଟଲ ଜିତିବାକୁ ସକ୍ଷମ ହୋଇନାହିଁ। ଏଥର ଦଳର ଅଧିନାୟକତ୍ୱ ଫାଫ ଡୁ ପ୍ଲେସିସ ନେତୃତ୍ୱ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri