Posted inଖେଳ

ଆଇପିଏଲ୍‌ ଫାଇନାଲ୍‌ ଉପରେ ଭବିଷ୍ୟବାଣୀ କଲେ ଯୁବରାଜ, ରାଗିଗଲେ ଚହଲ

ଆଇପିଏଲ ୨୦୨୦ରେ ପ୍ରଶଂସକମାନେ ଗତ ରବିବାର ଜବରଦସ୍ତ ମୁକାବିଲା ଦେଖିବାକୁ ପାଇଥିଲେ। ଦିନର ଉଭୟ ମ୍ୟାଚ ସୁପର ଓଭରରେ ପହଞ୍ଚିଥିଲା। କିଙ୍ଗସ ଏକାଦଶ ପଞ୍ଜାବ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଳଯାଇଥିବା ଦ୍ୱିତୀୟ ମ୍ୟାଚ ଦୁଇଟି ସୁପର ଓଭରରେ ଶେଷ ହୋଇଥିଲା। ରୋମାଞ୍ଚକର ମ୍ୟାଚରେ ପଞ୍ଜାବ ଦଳ ନିକୋଲାସ ପୁରାନ ଏବଂ କେ.ଏଲ ରାହୁଲଙ୍କ ଯୋଗୁ ବିଜୟ ହାସଲ କରିଥିଲା। ଏହି ମ୍ୟାଚ୍‌ ଦେଖି ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ ଏକ ଟୁଇଟ୍‌ କରିଥିଲେ। ଏଥିରେ ରାଗିଯାଇଛନ୍ତି ରୟାଲ୍‌ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଖେଲାଳି ୟୁଜବେନ୍ଦ୍ର ଚହଲ। ନିକୋଲାସ ପୁରାନଙ୍କ ବ୍ୟାଟିଂରେ ଯୁବରାଜ ସିଂ ପ୍ରଭାବିତ ହୋଇଥିଲେ। ଟୁଇଟ୍‌ କରି ସେ ଲେଖିଛନ୍ତି, ଲାଗୁଛି ଯେ ଆଜିର ଗେମ ଚେଞ୍ଜର ହେଉଛନ୍ତି ନିକୋଲାସ ପୁରାନ, ତାଙ୍କ ବ୍ୟାଟିଂ ଦେଖିବାକୁ ମଜା ଲାଗିଲା । ମୁଁ ଭାବୁଛି କିଙ୍ଗସ ଏକାଦଶ ପଞ୍ଜାବ ପ୍ଲେ ଅଫକୁ ଯିବ ଏବଂ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସ କିମ୍ବା ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ। ଯୁବରାଜଙ୍କ ଟୁଇଟ୍‌ ଦେଖି ଚହଲ ରାଗି ଯୁବରାଜଙ୍କୁ କହିଥିଲେ
ଚହଲ – ଭାଇ, ଆମେ ଭାରତକୁ ଫେରି ଯିବୁ କି?
ଯୁବରାଜ ସିଂ – ଏବେ ଆଉ ଅଧିକ ଛକା ଖାଇ ଏବଂ ଉଇକେଟ୍‌ ନେଇ ଆସିବ
ଚହଲ – ଠିକ ଅଛି ଭାଇ, ମୁଁ ନଭେମ୍ବର ୧୦ ପର୍ଯ୍ୟନ୍ତ ଉଇକେଟ ଏବଂ ଛକା ଖାଇ ଦେଉଛି
ଯୁବରାଜ ସିଂ – ହଁ, ନିଶ୍ଚିତ ଭାବରେ ଫାଇନାଲ ଦେଖିକି ଆସିବ
ଉଭୟଙ୍କ ମଧଧ୍ୟରେ ଏଭଳି ଚାଟିଂ ଦେଖି ପ୍ରଶଂସକ ବେଶ୍‌ ମଜା ନେଇଥିଲେ। ଚହଲଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏଥର ଟାଇଟଲ ପାଇଁ ଏକ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ। ଦଳ ୯ଟି ମ୍ୟାଚରୁ ୬ଟି ଜିତି ତୃତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri