Posted inଖେଳ

ଆଇପିଏଲ୍‌ ଲାଗି ଏସିଆ କପ୍‌ କାର୍ଯ୍ୟସୂଚୀ ପରିବର୍ତ୍ତନ ଗ୍ରହଣୀୟ ନୁହଁ: ପିସିବି

କରାଚି,୨୪।୪ (ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ସ୍ଥଗିତ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ପାଇଁ ଏସିଆ କପ୍‌ କାର୍ଯ୍ୟସୂଚୀରେ ପରିବର୍ତ୍ତନକୁ ଗ୍ରହଣ କରିବୁ ନାହିଁ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ତରଫରୁ କୁହାଯାଇଛି। ଏ ନେଇ ପିସିବି ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଓ୍ବାସିମ ଖାନ୍‌ କହିଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆସନ୍ତା ସେପ୍ଟେମ୍ବରରେ ଏସିଆ କପ୍‌ ଟି୨୦ ଟୁର୍ନାମେଣ୍ଟ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ କରିବାକୁ ପିସିବି ଆଶବାଦୀ ଅଛି। ତେବେ କରୋନ ଭାଇରସ ସଂକ୍ରମଣ ନେଇ ସ୍ଥିତି ସ୍ବାଭାବିକ ହେବା ଜରୁରି ବୋଲି ସେ କହିଛନ୍ତି। ସ୍ବାସ୍ଥ୍ୟ ନିରାପତ୍ତାକୁ ଆମେ ପ୍ରଥମିକତା ଦେବୁ। କିନ୍ତୁ ଆଇପିଏଲ ଆୟୋଜନ ପାଇଁ ଆମେ ଏସିଆକପ୍‌ କାଯ୍ୟସୂଚୀରେ ପରିବର୍ତ୍ତନ କରିବୁ ନାହିଁ ବୋଲି ଖାନ୍‌ ଜିଟିଭ ନୁଉଜ୍‌ ଚ୍ୟାନେଲକୁ ସାକ୍ଷାତକାର ଦେବା ଅବସରରେ କହିଛନ୍ତି।
ଏସିଆ କପ୍‌କୁ ନଭେମ୍ବର- ଡିସେମ୍ବରରେ ଆୟୋଜନ କରିବା ନେଇ ଚର୍ଚ୍ଚା ହେଉଥିବା ଶୁଣିବାକୁ ପାଉଛୁ। କିନ୍ତୁ ଆମ ପାଇଁ ଏହା ଅଦୌ ସମ୍ଭବ ନୁହଁ। ଭାରତର ପାକିସ୍ତାନ ଘରୋଇ ପରିବେଶରେ ଜିମ୍ବାଓ୍ବେ ବିପକ୍ଷରେ ସିରିଜ ଖେଳିବ। ଏହାପରେ ନଭେମ୍ବର- ଡିସେମ୍ବରରେ ନ୍ୟୁଜିଲାଣ୍ଡ ଗସ୍ତ କରିବ। ତେଣୁ ଏହି ସମୟରେ ଏସିଆ କପ୍‌ ଆୟୋଜନ କରାଗଲେ ପିସିବି ଏହାକୁ ସମର୍ଥନ କରିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।
ଉଲ୍ଲେଖଥାଉ କି, କୋଭିଡ୍‌- ୧୯ ସଂକ୍ରମଣ କାରଣରୁ ଆଇପିଏଲ୍‌କୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ଯଦି ସ୍ଥିତି ସ୍ବାଭାବିକ ହୁଏ, ତେବେ ଆଇପିଏଲ୍‌ ଚଳିତ ବର୍ଷ ଶେଷ ଆଡକୁ ଆୟୋଜନ ହେବ ବୋଲି ଆକଳନ କରାଯାଉଛି। ଗୁରୁବାର ଅନୁଷ୍ଠିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମୁଖ୍ୟ କାର୍ଯ୍ୟନିର୍ବାହୀଙ୍କ ବୈଠକରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପ୍ରତିନିଧିମାନେ ଆଇପିଏଲ୍‌ ଓ୍ବିଣ୍ଡୋ ନେଇ କୌଣସି କଥା ଉଠାଇ ନ ଥିଲେ ଖାନ୍‌ କହିଛନ୍ତି। ପୁଣି ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ନେଇ ମଧ୍ୟ ଅନିଶ୍ଚିତତା ଜାରି ରହିଛି। ଏବେଠାରୁ କିଛି କହିବା ସମ୍ଭବ ନୁହଁ। ଖେଳାଳି ଓ ପ୍ରଶଂସକଙ୍କ ସ୍ବାସ୍ଥ୍ୟ ଓ ନିରାପତ୍ତାକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ଖାନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri