Posted inଖେଳ

ଆଇପିଏଲ୍‌କୁ ପ୍ରାଥମିକତା ଦିଆ ନ ଯାଉ: ବର୍ଡର

ମେଲବୋର୍ନ, ୨୩ା୫ (ପି.ଟି.):ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଏକ ଅର୍ଥ ଉପାର୍ଜନକାରୀ ଇଭେଣ୍ଟ। ଚଳିତବର୍ଷ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଅପେକ୍ଷା ଏହି ଟୁର୍ନାମେଣ୍ଟକୁ ପ୍ରାଥମିକତା ଦିଆଯିବା ଉଚିତ୍‌ ନୁହେଁ ବୋଲି କହିଛନ୍ତି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଆଲାନ ବର୍ଡର। କୋଭିଡ୍‌-୧୯ ମହାମାରୀ ଯୋଗୁ ଆଇପିଏଲ୍‌ର ୧୩ତମ ସଂସ୍କରଣକୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସସ୍‌ପେଣ୍ଡ କରାଯାଇଛି। ଯଦି ଅଷ୍ଟ୍ରେଲିଆରେ ହେବାକୁଥିବା ଟି୨୦ ବିଶ୍ୱକପ୍‌କୁ ସ୍ଥଗିତ ରଖାଯାଏ ତେବେ ଏହାକୁ ଅକ୍ଟୋବର-ନଭେମ୍ବରରେ ଆୟୋଜନ କରିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ମୁଁ ଏଥିରେ ଆଦୌ ଖୁସି ନୁହେଁ। ବିଶ୍ୱକ୍ରୀଡ଼ା ତୁଳନାରେ ଆଞ୍ଚଳିକ ପ୍ରତିଯୋଗିତାକୁ ପ୍ରାଥମିକତା ଦେବା ଉଚିତ୍‌ ନୁହେଁ। ଟି୨୦ ବିଶ୍ୱକପ୍‌ ଯଦି ଆଗକୁ ନ ଯାଏ ତେବେ ଆଇପିଏଲ ଆଗେଇ ପାରିବ ନାହିଁ। ଯଦି ଏଥର ଆଇପିଏଲ୍‌କୁ ପ୍ରାଥମିକତା ଦିଆଯାଏ ତେବେ ବିଭିନ୍ନ ଦେଶର କ୍ରିକେଟ ବୋର୍ଡଗୁଡ଼ିକ ସେମାନଙ୍କ ଖେଳାଳିମାନଙ୍କୁ ଆଇପିଏଲ୍‌ରେ ଭାଗ ନେବାଲାଗି ଅନୁମତି ଦେବା ଉଚିତ୍‌ ନୁହେଁ। ଅଷ୍ଟ୍ରେଲିଆର ପ୍ୟାଟ୍‌ କୁମିନ୍ସ ଏହି ଲିଗ୍‌ରେ ସବୁଠାରୁ ଦାମୀ ବିଦେଶୀ ଖେଳାଳି ବିବେଚିତ ହୋଇଛନ୍ତି। ସେ ୩.୧୭ ଅଷ୍ଟ୍ରେଲୀୟ ଡଲାର (ଭାରତୀୟ ମୁଦ୍ରାରେ ୧୫.୫୦ କୋଟି ଟଙ୍କା)ରେ ବିକ୍ରି ହୋଇଛନ୍ତି। ଗ୍ଲେନ ମାକ୍ସଓ୍ବେଲ ଓ ଡେଭିଡ୍‌ ଓ୍ବାର୍ନରଙ୍କ ଭଳି ଖେଳାଳିଙ୍କୁ ସେମାନଙ୍କ ଫ୍ରାଞ୍ଚାଇଜ୍‌ ବହୁ ମୂଲ୍ୟରେ କ୍ରୟ କରିଛନ୍ତି। ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ(ଆଇସିସି) ରାଜସ୍ବରେ ଭାରତର ଅବଦାନ ସବୁଠାରୁ ଅଧିକ ବୋଲିଏହାସତ୍ତ୍ୱେ ଟି୨୦ ବିଶ୍ୱକପ୍‌ ତୁଳନାରେ ଆଇପିଏଲକୁ ପ୍ରାଥମିକତା ଦେବା ଅର୍ଥ ଭୁଲ୍‌ ରାସ୍ତାରେ ଯିବା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri