Posted inଖେଳ

ଆଇପିଏଲ୍‌ର କେଉଁ ଟିମ୍‌ ସହ ଖେଳିବାକୁ ଆଗ୍ରହୀ ଇଂଲଣ୍ଡର ଏହି ମହିଳା କ୍ରିକେଟର୍‌

ଇଂଲଣ୍ଡ ମହିଳା କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ଡାନିଏଲ୍‌ ଓ୍ବେଟ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳ ପକ୍ଷରୁ ଖେଳିବାକୁ ପସନ୍ଦ କରନ୍ତି ବୋଲି କହିଛନ୍ତି। ୨୯ ବର୍ଷୀୟା ଡାନିଏଲ୍‌ କହିଛନ୍ତି, ବାଙ୍ଗାଲୋର ଦଳରେ କ୍ରିସ୍‌ ଗେଲ୍‌, ବିରାଟ କୋହଲି, ମୋଇନ୍‌ ଅଲୀ ଓ ଏବି ଡି ଭିଲର୍ସଙ୍କ ପରି ବିଶ୍ୱର କିଛି ପ୍ରମୁଖ ଖେଳାଳି ରହିଛନ୍ତି। ଏହି କାରଣରୁ ଆର୍‌ସିବିକୁ ଚୟନ କରିବା ଅପେକ୍ଷା ତାଙ୍କ ପାଖରେ ଆଉ କିଛି ବିକଳ୍ପ ନ ଥିଲା ବୋଲି ଡାନିଏଲ୍‌ ନିକଟରେ ଏକ ସାକ୍ଷାତ୍‌କାର ଅବସରରେ ଏହା କହିଛନ୍ତି। ଏହି ସାକ୍ଷାତ୍‌କାରରେ ତାଙ୍କୁ ଯେତେବେଳେ ପଚାରା ଯାଇଥିଲା, ତୁମର ପସନ୍ଦର ଆଇପିଏଲ୍‌ ଦଳ ଯାହା ପକ୍ଷରୁ ତୁମେ ଖେଳିବାକୁ ସ୍ବପ୍ନ ରଖିଛ। ଏହାର ଉତ୍ତରରେ ଡାନିଏଲ୍‌ ଆର୍‌ସିବି ନାମ ନେଇଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ, ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ୨୦୧୯ରେ ଆୟୋଜିତ ହୋଇଥିବା ମହିଳା ଟି୨୦ ଚ୍ୟାଲେଞ୍ଜର ପ୍ରତିଯୋଗିତାରେ ଡାନିଏଲ୍‌ ‘ଭେଲୋସିଟି’ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ଏହି ଦଳରେ ମିଥାଲି ରାଜଙ୍କ ସହ ସେ ଏକାଠି ଖେଳିଥିବାବେଳେ ପ୍ରତିଯୋଗିତାରେ ଭେଲୋସିଟି ରନର୍ସଅପ୍‌ ହୋଇଥିଲା। ଭେଲୋସିଟି ଖେଳିଥିବା ୨ଟି ମ୍ୟାଚ୍‌ରେ ଡାନିଏଲ୍‌ ଦଳର ଟପ୍‌ ସ୍କୋରର ରହିଥିଲେ। ସେହିଭଳି ଚଳିତ ବର୍ଷ ପ୍ରାରମ୍ଭରେ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହୋଇଥିବା ମହିଳା ଟି୨୦ ବିଶ୍ୱକପ୍‌ରେ ଓ୍ବେଟ୍ଟ ଇଂଲଣ୍ଡ ଦଳରେ ସ୍ଥାନ ପାଇଥିଲେ। ସର୍ବଦା ଭାରତୀୟ ଖେଳାଳିଙ୍କ ସହିତ ଯୋଗାଯୋଗରେ ଥିବାରୁ ଓ୍ବେଟ୍ଟ ଭାରତରେ ବେଶ୍‌ ଲୋକପ୍ରିୟ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri